ଏକାସାଙ୍ଗରେ ଚାଲିଗଲା ଶଳା, ଭିଣୋଇଙ୍କ ଜୀବନ

କାମାକ୍ଷାନଗର,୫।୫(ଡି.ଏନ୍‌.ଏ.): କାଜୁ ସଂଗ୍ରହ କରିବାକୁ ବଗିଚାକୁ ଯାଇଥିବା ବେଳେ ମାଡ଼ିଆସିଲା ତୋଫାନ। ପ୍ରବଳ ବେଗରେ ଝଡ଼ବର୍ଷା ହେବା ସହିତ ପଡ଼ିଲା ଚଡ଼କ। ଏଥିରେ ଲିଭିଗଲା ସମ୍ପର୍କୀୟ ଶଳା, ଭିଣୋଇଙ୍କ ଜୀବନ ଦୀପ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବଡସୁଆଁଳ ପଞ୍ଚାୟତ ଚକାପାଳ ଗ୍ରାମରେ ଗୁରୁବାର ଅପରାହ୍ନରେ ଘଟିଛି ଏଭଳି ଅଭାବନୀୟ ଘଟଣା, ଯାହାକୁ ନେଇ ଅଞ୍ଚଳରେ ସୃଷ୍ଟି ହୋଇଛି ଶୋକାକୁଳ ପରିବେଶ।
ପୋଲିସ ସୂଚନା ଅନୁଯାୟୀ, ଚକାପାଳ ଗ୍ରାମର ପ୍ରକାଶ ପଧାନ (୩୦)ଙ୍କ ଏକ କାଜୁ ବଗିଚା ଅଛି। କାଜୁ ସଂଗ୍ରହ କରିବାରେ ସହାୟତା କରିବାକୁ ତାଙ୍କ ସମ୍ପର୍କୀୟ ଶଳା ତଥା କଙ୍କଡାହାଡ଼ ଥାନା ମକୁଆକାଟେଣୀ ଗ୍ରାମର ଦେବଦତ୍ତ ପଧାନ (୧୭) ପ୍ରାୟ ସପ୍ତାହେ ହେଲା ଆସିଥିଲେ। ଗୁରୁବାର ଅପରାହ୍ନରେ ଉଭୟେ ବଗିଚାକୁ କାଜୁ ସଂଗ୍ରହ କରିବାକୁ ଯାଇଥିବା ବେଳେ ହଠାତ୍‌ ଆରମ୍ଭ ହୋଇଯାଇଥିଲା ଝଡ଼ବର୍ଷା। ବର୍ଷାରୁ ରକ୍ଷା ପାଇଁ ଗଛତଳେ ଛିଡ଼ା ହୋଇଥିବାବେଳେ ବଜ୍ରପାତ ହୋଇଥିଲା। ଦୁହେଁ ଘଟଣାସ୍ଥଳରେ ଟଳି ପଡ଼ିଥିଲେ। ସୂଚନା ପାଇ ପରିବାର ଲୋକେ ପହଞ୍ଚତ୍ ଉଭୟଙ୍କୁ ଉଦ୍ଧାର କରି କାମାକ୍ଷାନଗର ଉପଖଣ୍ଡ ଡାକ୍ତରଖାନାକୁ ନେଇ ଯାଇଥିଲେ। ତେବେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ଦୁଇଟି ଅପମୃତ୍ୟୁ ମାମଲା ରୁଜୁ କରିଛି। ଶୁକ୍ରବାର ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri