କାଳ ସାଜିଲା ବଜ୍ରପାତ

ପାରଳାଖେମୁଣ୍ଡି/ହିଞ୍ଜିଳିକାଟୁ/ପୋଲିସରା,୩୦ା୬: ଗଜପତି ଓ ଗଞ୍ଜାମ ଜିଲାରେ ବୁଧବାର ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତକ ହେଲେ ଗଜପତି ଜିଲା ତାଟିପୋଟି ଗ୍ରାମର ବି.ଜନାର୍ଦ୍ଦନ ଓ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଚନ୍ଦ୍ରଶେଖର ମାର୍ଗର ଶିବରାମ ଗଉଡ। ଜନାର୍ଦ୍ଦନଙ୍କ ସ୍ତ୍ରୀ ବି.ପୂର୍ଣ୍ଣା ଗୁରୁତର ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଜନାର୍ଦ୍ଦନ ଓ ତାଙ୍କ ସ୍ତ୍ରୀ ପୂର୍ଣ୍ଣା ବିଲରେ ବିହନ ପକାଇବାକୁ ଯାଇଥିବା ବେଳେ ବଜ୍ରପାତ ହୋଇଥିଲା। ଏଥିରେ ଦମ୍ପତି ଅଚେତ ହୋଇପଡ଼ିଥିଲେ। ଉଭୟଙ୍କୁ ଗୁରାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଲା। ସେଠାରେ ଜନାର୍ଦ୍ଦନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଗୁରାଣ୍ଡି ପୋଲିସ ପହଞ୍ଚତ୍ ମୃତହେଦ ଜବତ କରି ଏକ ଅପମୃତ୍ୟୁ ମାମଲା(ନଂ. ୧୦/୨୧) ରୁଜୁ କରିଛି।

ସେହିପରି ଶିବରାମ ଗାଁ ନିକଟ ଗହିରମାଳରେ ଗାଈ ଚରାଇବାକୁ ଯାଇଥିଲେ। ଏହି ସମୟରେ ବଜ୍ରାଘାତ ହେବାରୁ ସେ ଅଚେତ ହୋଇପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଡାକ୍ତର ମୃତ ଘୋଷଣା କରିଥିଲେ। ହିଞ୍ଜିଳିକାଟୁ ତହସିଲଦାର ପ୍ରଭାତ କୁମାର ପରିଡ଼ା, ରାଜସ୍ବ ନିରୀକ୍ଷକ ଅରବିନ୍ଦ ଦାସ, ଏସ୍‌ଆଇ ରାଘବ ପ୍ରଧାନ ପ୍ରମୁଖ ଡାକ୍ତରଖାନାରେ ପହଞ୍ଚି ମୃତକଙ୍କ ପରିବାରକୁ ରେଡକ୍ରସ୍‌ ତରଫରୁ ୧୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିଥିଲେ। ହିଞ୍ଜିଳି ପୋଲିସ ଏକ ମାମଲା
(ନଂ. ୬/୨୧) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ସେହିପରି ଗଞ୍ଜାମ ଜିଲା ପୋଲସରା ବ୍ଲକ ବୁଢ଼େଇଶୁଣୀ ଗ୍ରାମରେ ବଜ୍ରପାତରେ ରୋହିତ ମହାପାତ୍ରଙ୍କ ଗୋଟିଏ ଗାଈର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

୧୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ପୋଲିସ, ଚମ୍ପଟ ମାରିଲେ ମାଫିଆ

ମୋହନା,୨୬।୮(ମନ୍ମଥ ମିଶ୍ର ): ଗଜପତି ଜିଲା ଏକ ପ୍ରକାର ଗଞ୍ଜେଇ ଚୋରାଚାଲାଣର ଚରାଭୂଇଁ ପାଲଟିଛି । ବିଭିନ୍ନ ଜଙ୍ଗଲ ଓ ଦୁର୍ଗମ ଅଞ୍ଚଳରୁ ବାରମ୍ବାର ବିପୁଳ ପରିମାଣର…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri