ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ

ବାରିପଦା ଅଫିସ,୨୯ା୧୧-ମୟୂରଭଞ୍ଜ ଜିଲା ବଡ଼ସାହି ଓ ସଦରଥାନା ଅଞ୍ଚଳରେ ପୃଥକ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଶନିବାର ସନ୍ଧ୍ୟାରେ ମାଣତ୍ରୀ-ବେତନଟୀ ରାସ୍ତାର ଗୌଡ଼ଗାଁ ନିକଟରେ ଏକ ମାଲବାହୀ ଅଟୋ ଧକ୍କା ଦେବାରୁ ସଚ୍ଚିନ୍ଦ୍ର ନାୟକ(୫୬) ଗୁରୁତର ଆହତ ହୋଇଥିଲେ ା ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନା ପଠାଯାଇଥିଲେ ମଧ୍ୟ ସେଠାରେ ତାଙ୍କର ମୃୃତ୍ୟୁ ଘଟିଥିଲା। ସେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଦେଉଳିଆ ଶାଖାର କ୍ୟାସିଅର ଭାବେ କାର୍ଯ୍ୟ କରୁଥିଲେ।
ସେହିପରି ରାତି ୧୦ଟାରେ ଶ୍ୱଶୁର ଓ ଜ୍ୱାଇଁ ନୂଆଡ଼ିହି ଗ୍ରାମକୁ ଫେରୁଥିବା ବେଳେ ସଦର ଥାନା ଅଧୀନ ଯତିପୁର ଗ୍ରାମ ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ ସେମାନଙ୍କ ବାଇକ୍‌ ଧକ୍କା ହେବାରୁ ଜ୍ୱାଇଁ ବଙ୍କିମ ମହାନ୍ତ(୨୪)ଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଏ ନେଇ ପୋଲିସ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri