ଗୋଷ୍ଠୀ ସଂଘର୍ଷରେ ୨ଜଣଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ/ଦେଓଗାଁ, ୨୩।୧: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଜରାସିଂହା ଗ୍ରାମରେ ଶନିବାର ଅପରାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଜରାସିଂହା ହରିଜନପଡ଼ାର ଶ୍ରୀପତି ଭେସ୍ରା ଓ ବାହାରପଡ଼ାର ଧନମତ ରାଉତ। ଏ ନେଇ ଜରାସିଂହା ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ୧ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଛି ।
ସୂଚନା ଅନୁଯାୟୀ, ଶନିବାର ଅପରାହ୍ନରେ ଶ୍ରୀପତି ଭେସ୍ରା ଛେଳି ଚରାଉଥିବା ସମୟରେ ଧନମତ ରାଉତ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ତାଙ୍କୁ ଡାକ୍ତରଖାନା ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ପ୍ରତିହିଂସା ପରାୟଣ ହୋଇ କେତେଜଣ ଲୋକ ମାରଣାସ୍ତ୍ର ଧରି ଜରାସିଂହା ବାହାରପଡାକୁ ଆସି ଧନମତ ରାଉତଙ୍କ ଘରେ ପଶିଥିଲେ। ସଂଘବଦ୍ଧ ଆକ୍ରମଣରେ ଧନମତଙ୍କ ମୃତ୍ୟୁ ଘଟିଥିଲା। ଆକ୍ରମଣରେ ତାଙ୍କ ପରିବାରର ଅନ୍ୟ ସଦସ୍ୟ ଆହତ ହୋଇଛନ୍ତି। ଏପରିକି ପରିବାରର କେତେଜଣ ସଦସ୍ୟ ଘରୁ ବାହାରି ଅନ୍ୟତ୍ର ପଳାୟନ କରିଥିବା ସୂଚନା ମିଳିଛି। ଗୋଷ୍ଠୀ ସଂଘର୍ଷରେ ଆହତ ୪ଜଣଙ୍କ ମଧ୍ୟରୁ ବ୍ରହ୍ମ ସୁନା ଓ କର୍ମ ସୁନାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି । ପ୍ରାରମ୍ଭିକ ସୂଚନାରୁ ରାଉତ ପରିବାର ଓ ଭେସ୍ରା ପରିବାର ମଧ୍ୟରେ ପୂର୍ବରୁ ବିବାଦ ଲାଗି ରହିଥିଲା ା ଜମିରେ ପାଣିମଡାକୁ ନେଇ କୁହୁଳୁ ଥିବା ଅସନ୍ତୋଷରୁ ଗୋଷ୍ଠୀ ସଂଘର୍ଷ ଓ ହତ୍ୟାକାଣ୍ଡ ଘଟିଥିବା କୁହାଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?