ମଝି ଆକାଶରେ ଦୁଇ ବିମାନ ମୁହାଁମୁହିଁ ଧକ୍କା, ତଥାପି ବଞ୍ଚିଗଲେ ପାଇଲଟ୍‌; ଜାଣନ୍ତୁ କେମିତି

ଓ୍ବାଶିଂଟନ,୧୫।୫: ଆମେରିକାର କଲରାଡୋରେ ଦୁଇ ବିମାନ ମଧ୍ୟରେ ମଝି ଆକାଶରେ ମୁହାଁମୁହିଁ ଧକ୍କା ହୋଇଥିଲା। ସବୁଠୁ ଆଶ୍ଚର୍ଯ୍ୟର କଥା ଦୁଇ ବିମାନ ମଧ୍ୟରେ ଏତେ ଭୟଙ୍କର ଦୁର୍ଘଟଣା ଘଟିଥିଲେ ମଧ୍ୟ ସମସ୍ତେ ସୁରକ୍ଷିତ ଅଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ଦୁଇଟି ଛୋଟ ବିମାନ ମଧ୍ୟରେ ଦୁର୍ଘଟଣା ଘଟିଥିଲା। ଠିକ୍‌ ଏହି ସମୟରେ ପାଇଲଟଙ୍କ ପାରାଶୁଟ୍‌ ଖୋଲିଗଲା। ଯାହା ସାହାଯ୍ୟରେ ସେ ଆରାମରେ ଆସି ଭୂମିରେ ଓହ୍ଲାଇଥିଲେ। ଅନ୍ୟମାନେ ମଧ୍ୟ ସୁରକ୍ଷିତ ଅଛନ୍ତି। କିନ୍ତୁ ଏହି ଦୁର୍ଘଟଣାରେ ବିମାନ ଦୁଇଟିର ବହୁ କ୍ଷତି ହୋଇଛି। ଏହି ଦୁଇଟି ବିମାନରେ ମାତ୍ର ୨ ଜଣ ଲୋକ ଥିଲେ।

ଆରାପାହୋଇ କାଉଣ୍ଟି ସରିଫ୍‌ କାର୍ଯ୍ୟାଳୟର ମୁଖପାତ୍ର ଜନ୍‌ ବାର୍ଟମ୍ୟାନ୍‌ କୁହନ୍ତି, ବିମାନରେ କେବଳ ପାଇଲଟ୍‌ ଥିଲେ। ଅବତରଣ ପରେ କୌଣସି ଆହତ ଖବର ତାଙ୍କ ନିକଟରେ ନ ଥିଲା। ସେ କହିଛନ୍ତି, ଆମେ ଭାବିଥିଲୁ ପରିସ୍ଥିତି ଅତ୍ୟନ୍ତ ଭୟଙ୍କର ହୋଇଥିବ। ମାତ୍ର ସେପରି କିଛି ଘଟି ନ ଥିଲା। ଆମ ଅଧୀନରେ ଅନେକ ବିମାନ ଦୁର୍ଘଟଣା ପୂର୍ବରୁ ଘଟିଛି। ମାତ୍ର ଏହା ଆଶ୍ଚର୍ଯ୍ୟଜନକ। ସେ କହିଛନ୍ତି, ଏହା ଅତ୍ୟନ୍ତ ଚମତ୍କାର। ଯେମିତିକି ପାଇଲଟ୍‌ଙ୍କର ଲଟେରି ଲାଗିଯାଇଛି।

ସେ ଆହୁରି ମଧ୍ୟ କହିଛନ୍ତି, ବିମାନର ଭଗ୍ନାବଶେଷ ଏଣେତେଣେ ପଡ଼ିଥିଲା। ରାଷ୍ଟ୍ରୀୟ ପରିବହନ ସୁରକ୍ଷା ବୋର୍ଡ ଏକ ଟୁଇଟ୍‌ କରି କହିଛି ଯେ, ଏହି ଘଟଣା ସେତେବେଳେ ଘଟିଥିଲା ଯେତେବେଳେ ଦୁଇ ପାଇଲଟ ବିମାନ ଅବତରଣ କରୁଥିଲେ। ଏହି ଘଟଣାର ଅଧିକ ଯାଞ୍ଚ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri