ବେଙ୍ଗାଲୁରୁରୁ ଭୁବନେଶ୍ୱର ଆସୁଥିଲା ବିମାନ, ମଝି ଆକାଶରେ ହୋଇଥାନ୍ତା ମୁହାଁମୁହିଁ

ବେଙ୍ଗାଲୁରୁ/ଭୁବନେଶ୍ୱର,୧୯ା୧(ବ୍ୟୁରୋ): ମଝିଆକାଶରେ ମୁହାଁମୁହିଁ ହୋଇ ଚୁରମାର ହୋଇଯାଇଥାନ୍ତା ଦୁଇ ଯାତ୍ରୀବାହୀ ବିମାନ। ସବୁଠୁ ଆଶ୍ଚର୍ଯ୍ୟର କଥା ଦୁଇଟି ବିମାନ ମଧ୍ୟରୁ ଗୋଟିଏ ବେଙ୍ଗାଲୁରୁରୁ ଭୁବନେଶ୍ୱର ଆସୁଥିଲା। ଆଉ ଗୋଟିଏ ବେଙ୍ଗାଲୁରୁରୁ କୋଲକାତା ଯାଉଥିଲା। ୩ ହଜାର ଫୁଟରେ ଏହି ଦୁଇ ବିମାନ ମଧ୍ୟରେ ମୁହାଁମୁହିଁ ହୋଇଥାନ୍ତା। ଫଳରେ ପ୍ରାଣ ହରାଇଥାନ୍ତେ ୪୦୦ରୁ ଅଧିକ ଯାତ୍ରୀ। ସାମାନ୍ୟ ତ୍ରୁଟି ଯୋଗୁ ଏକ ବଡ଼ ଧରଣର ଅଘଟଣ ଘଟିଥାନ୍ତା। ତେବେ ଜଣେ ରାଡାର ନିୟନ୍ତ୍ରକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଏତେ ବଡ଼ ଦୁର୍ଘଟଣାକୁ ଏଡ଼ାଇ ଦିଆଯାଇଛି। ବେଙ୍ଗାଲୁରୁର କେମ୍ପେଗୌଡ଼ା ଆନ୍ତର୍ଜାତିକ ବିମାନ ବନ୍ଦରରୁ ଏକ ଇଣ୍ଡିଗୋ ୬ଇ ୪୫୫ ବିମାନ କୋଲକାତା ଅଭିମୁଖେ ଯାଉଥିବାବେଳେ ଅନ୍ୟ ଏକ ଇଣ୍ଡିଗୋ ବିମାନ ୬୨ ୨୪୬ ବେଙ୍ଗାଲୁରୁରୁ ଭୁବନେଶ୍ବର ଯିବାର ଥିଲା ।

ବେଙ୍ଗାଲୁରୁ ଏୟାରପୋର୍ଟରେ ନର୍ଥ ଓ ସାଉଥ ରନଓ୍ବେ ରହିଛି । ଏହି ବିମାନ ବନ୍ଦରରୁ ବିମାନଗୁଡ଼ିକ ନର୍ଥ ରନଓ୍ବେରୁ ଉଡ଼ାଣ କରୁଥିବାବେଳେ ସାଉଥ ରନଓ୍ବେରେ ଲ୍ୟାଣ୍ଡିଂ କରୁଥିଲେ। ତେବେ ଜାନୁୟାରୀ ୭ରେ ସାଉଥ ରନଓ୍ବେ ବନ୍ଦ କରି ଦିଆଯାଇଥିବାବେଳେ କେବଳ ନର୍ଥ ରନଓ୍ବେ କାର୍ଯ୍ୟକ୍ଷମ ଥିଲା । ମାତ୍ର ଏନେଇ ସାଉଥ ଟାଓ୍ବାର କଣ୍ଟ୍ରୋଲରଙ୍କୁ ସୂଚନା ଦିଆଯାଇ ନ ଥିଲା । ସାଉଥ ଟାଓ୍ବାର କଣ୍ଟ୍ରୋଲର ବିମାନଗୁଡ଼ିକୁ ଉଡାଣ ଲାଗି ଅନୁମତି ଦେଉଥିବାବେଳେ ନର୍ଥ ଟାଓ୍ବାର କଣ୍ଟ୍ରୋଲର ମଧ୍ୟ ଭୁବନେଶ୍ବର ଆସିବାକୁ ଥିବା ବିମାନକୁ ଅନୁମତି ଦେଇଥିଲେ। ଆଶ୍ଚର୍ଯ୍ୟର କଥା ଦୁଇ କଣ୍ଟ୍ରୋଲରଙ୍କ ମଧ୍ୟରେ ଏନେଇ ସୂଚନା ଆଦାନପ୍ରଦାନ କରାଯାଇ ନ ଥିଲା। ଗୋଟିଏ ଦିଗରେ ଦୁଇଟି ଯାକ ବିମାନକୁ ଅନୁମତି ଦେବାର ବିଧି ନ ଥିବାବେଳେ ଏକ ସମୟରେ ଏହି ଦୁଇଟି ବିମାନକୁ ଅନୁମତି ଦିଆଯାଇଥିଲା ।

ଫଳରେ ଆକାଶ ମାର୍ଗରେ ଏକ ନିଶ୍ଚିତ ଦୁର୍ଘଟଣା ଘଟିବାର ଆଶଙ୍କା ଥିଲା। ମାତ୍ର ଏହା ଜାଣିପାରି ରାଡାର କଣ୍ଟ୍ରୋଲର ଲୋକେନ୍ଦ୍ର ସିଂହ ବିମାନର ଗତି ପରିବର୍ତ୍ତନ ଲାଗି ତତ୍‌କ୍ଷଣାତ୍‌ ସୂଚନା ଦେଇଥିଲେ । ଫଳରେ ଦୁର୍ଘଟଣାକୁ ଏଡ଼ାଇ ଦିଆଯାଇପାରିଛି। ବେଙ୍ଗାଲୁରୁ-କୋଲକାତା ବିମାନରେ ୧୭୬ ଯାତ୍ରୀ ଥିବାବେଳେ ୬ କର୍ମଚାରୀ ଥିଲେ। ସେହିପରି ବେଙ୍ଗାଲୁରୁ-ଭୁବନେଶ୍ୱର ବିମାନରେ ୨୩୮ ଯାତ୍ରୀ ଏବଂ ୬ କର୍ମଚାରୀ ଥିଲେ। ଦୁଇଟି ବିମାନରେ ମୋଟ୍‌ ୪୨୬ ଜଣ ଯାତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri