ଜନ୍ତୁ ଶିକାର ପାଇଁ ବିଛାଇଥିଲେ ବିଦ୍ୟୁତ ଫାଶ: ୨ ଶିକାରୀ ଗିରଫ

ଦେବଗଡ,୧୩।୧୦(ଶଶାଙ୍କ ଶେଖର ଝାଙ୍କର): ଜଙ୍ଗଲୀ ଜନ୍ତୁ ଶିକାର ନିମନ୍ତେ ବିଛାଯାଇଥିବା ବିଦ୍ୟୁତ ଫାଶ ଠାବ କରିବା ସହିତ ୨ ଜଣ ଶିକାରୀଙ୍କୁ ଗିରଫ କରି ବନବିଭାଗ କୋର୍ଟଚାଲାଣ କରିଛି । ରିଆମାଳ ବନାଂଚଳ କୁଣ୍ଢେଇଗୋଳା ସେକ୍ସନ ବୁଢାପାଲ ବିଟ ଅନ୍ତର୍ଗତ କପାଗୋଳା ଗ୍ରାମ ନିକଟ ଜଙ୍ଗଲରେ ଜଙ୍ଗଲୀ ଜନ୍ତୁ ଶିକାର ନିମନ୍ତେ ବେଆଇନ ଭାବେ ହୁକିଂ କରି ବିଦ୍ୟୁତ ଫାଶ ପକାଯାଇଥିଲା । ବନବିଭାଗ କର୍ମଚାରୀ ଶନିବାର ରାତି ପ୍ରାୟ ୩ ଟାରେ ପେଟ୍ରୋଲିଂ କରୁଥିବା ବେଳେ ବେଆଇନ ବିଦ୍ୟୁତ ଫାଶ ଠାବ କରିବା ସହିତ ଘଟଣାସ୍ଥଳରୁ ୨ ଜଣ ଶିକାରୀଙ୍କୁ ଗିରଫ କରିଥିଲେ। ବନବିଭାଗ କାର୍ଯ୍ୟାଳୟକୁ ଆଣି ପଚରାଉଚୁରା ପରେ ଜନ୍ତୁ ଶିକାର ପାଇଁ ସେମାନେ ବିଦ୍ୟୁତ ଫାଶ ପକାଇଥିବା ସ୍ବୀକାର କରିବାରୁ ଉକ୍ତ ୨ ଶିକାରୀଙ୍କୁ ଗିରଫ କରାଯାଇଥିଲା। ଗିରଫ ୨ ଅଭିଯୁକ୍ତ କପାଗୋଳା ଗ୍ରାମର ଟଙ୍କଧର ପ୍ରଧାନଙ୍କ ପୁଅ ବିଦ୍ୟାଧର ପ୍ରଧାନ (୪୦) ଏବଂ ମାଧବ ସାହୁଙ୍କ ପୁଅ ଚାନ୍ଦୁ ସାହୁ (୩୫) ବୋଲି ଜଣାପଡିଛି । ଉଭୟଙ୍କୁ କୋର୍ଟଚାଲାଣ କରାଯାଇଥିବା ବେଳେ ଜାମିନ ଆବେଦନ ଖାରଜ ହେବା ସହିତ ବିଚାର ବିଭାଗୀୟ ହାଜତକୁ ୧୨ ଦିନ ପାଇଁ ପଠାଇ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri