ଗୋଟିଏ ଦିନରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୁଇ ଗର୍ଭବତୀଙ୍କ ମୃତ୍ୟୁ, ସାଧାରଣରେ ଅସନ୍ତୋଷ

କେନ୍ଦୁଝର,୧୨ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଶନିବାର ଦୁଇ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ବାଂଶପାଳ ବ୍ଲକ ସଦର ଥାନା ଅନ୍ତର୍ଗତ କୁମୁଣ୍ତି ଗ୍ରାମର ଦେବ ମୁଣ୍ତାଙ୍କ ସ୍ତ୍ରୀ ରଜନୀ(୨୬)। ଅନ୍ୟଜଣେ ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ବାରକୋଟ ଅଞ୍ଚଳର ଶୁସାନ୍ତ ହେମ୍ବ୍ରମଙ୍କ ସ୍ତ୍ରୀ ପିଙ୍କି(୨୦)। ମେଡିକାଲରେ ପୋଲିସ ପହଞ୍ଚି ଉଭୟଙ୍କ ମୃତଦେହ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ,ପିଙ୍କି ହେମ୍ବ୍ରମଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ଲୋକେ ପ୍ରଥମେ ପାଲଲହଡା ମେଡିକାଲକୁ ଆଣିଥିଲେ। ସେଠାରେ ତାଙ୍କର ଅବସ୍ଥା ସଂଙ୍କଟାପନ୍ନ ହେବାରୁ ଡାକ୍ତର କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ତେବେ ଆଜି ଅପରାହ୍ନ ୩ଟାରେ ମେଡିକାଲରେ ଭର୍ତ୍ତି ହୋଇ ଡାକ୍ତରଙ୍କୁ ଦେଖାଇବାରୁ ଡାକ୍ତର ପିଙ୍କିଙ୍କୁ ମୃତ ଘୋଷଣା କରିଥିଲେ। ଆଜି ପୋଲିସ ଏକ ମାମଲା ରୁଜୁ କରିବା ସହିତ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛ। ସେହିପରି କୁମୁଣ୍ତି ଗ୍ରାମର ଦେବ ମୁଣ୍ତାଙ୍କ ସ୍ତ୍ରୀ ରଜନୀଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ଲୋକେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ଚିକିତ୍ସା ପୂର୍ବରୁ ଡାକ୍ତର ରଜନୀଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଖବର ପାଇ ମୃତଦେହ ଜବତ କରିଛି। ଗୋଟିଏ ଦିନରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦ୍ବୟ ଗର୍ଭବତୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ବିଭିନ୍ନ ମହଲରେ ଘୋର ନିନ୍ଦା କରାଯାଇଛି। ଜିଲା ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଦନ୍ତ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri