ଦୁର୍ଘଟଣାରେ ଚାଲିଗଲା ଦୁଇ ପ୍ରିଜାଇଡିଂ ଅଫିସରଙ୍କ ଜୀବନ

ନୂଆପଡ଼ା/କୋରୁକୋଣ୍ଡା(ମକାରୁ ବେମାଲ/ଅଭିନାଶ ବେହେରା):୧୪।୫: ନିର୍ବାଚନ କାର୍ଯ୍ୟ ଶେଷ କରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ଦୁଇ ପ୍ରିଜାଇଡିଂ ଅଫିସରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଡିଆଳ ନିର୍ବାଚନମଣ୍ଡଳି ରାନିମୁଣ୍ଡାରେ ପ୍ରିଜାଇଡିଂ ଅଫିସର ଭାବେ ନିଯୁକ୍ତ ଥିବା ପ୍ରସନ୍ନ କୁମାର ନାୟକ ଏବଂ ଶିଖପାଲିର କୁଶବେଡା ବିଦ୍ୟାଳୟରେ ନିୟୋଜିତ ଥିବା ପ୍ରିଜାଇଡିଂ ଅଫିସର ତଥା ବଣ୍ଡାଘାଟି ବନ୍ଧଗୁଡ଼ା ବିଦ୍ୟାଳୟର ପ୍ରଧାନଶିକ୍ଷକ ଇନ୍ଦ୍ରଜିତ କିଷାନ।

ସୋମବାର ନିର୍ବାଚନ ସରିବା ପରେ ଇଭିଏମ୍‌ ମେଶିନ ଜମା କରି ଏକ ବାଇକ୍‌ ଯୋଗେ ପ୍ରସନ୍ନ ମଙ୍ଗଳବାର ଘରକୁ ଫେରୁଥିଲେ । ହେଲେ ୩୫୩ ନମ୍ବର ଜାତୀୟ ରାଜପଥ ତରବୋଡ ତୃଣବିହନ ଉତ୍ପାଦନ କେନ୍ଦ୍ର ନିଟରେ ଏକ କାର ସହ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲ। ଫଳରେ ପ୍ରିଜାଇଡିଂ ଅଫିସର ପ୍ରସନ୍ନ ଗୁରୁତର ଆହତ ହୋଇଥିଲେ। ସେଠାରୁ ତାଙ୍କୁ ନୂଆପଡ଼ା ଜିଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତଘୋଷଣା କରିଥିଲେ।

ସେହିପରି ମାଥିଲି ଡମଗୁଡ଼ାଠାରେ ଏକ ବସ୍‌ ଧକ୍କାରେ ଶିଖପାଲିର କୁଶବେଡା ବିଦ୍ୟାଳୟରେ ନିୟୋଜିତ ଥିବା ପ୍ରିଜାଇଡିଂ ଅଫିସର ତଥା ବଣ୍ଡାଘାଟି ବନ୍ଧଗୁଡ଼ା ବିଦ୍ୟାଳୟର ପ୍ରଧାନଶିକ୍ଷକ ଇନ୍ଦ୍ରଜିତ କିଷାନୀଙ୍କ ମଧ୍ୟ ମୃତ୍ୟୁ ଘଟିଛି।

ସୂଚନା ଯୋଗ୍ୟ, ନିବାଚନ କାର୍ଯ୍ୟ ସାରି ମଙ୍ଗଳବାର ସକାଳରେ ଏକ ବାଇକ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ଏକ ବସ ତାଙ୍କୁ ଧକ୍କା ଦେଇଥିଲା । ଗୁରୁତର ଅବସ୍ଥାରେ ଇନ୍ଦ୍ରଜିତଙ୍କୁ ମାଥିଲି ସବ୍‌ଡିଭିଜନ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri