ଦୁଇ ପେସାଦାର ଅପରାଧୀ ଗିରଫ

ବ୍ରହ୍ମପୁର ଅଫିସ,୧୮ା୫: ବ୍ରହ୍ମପୁରର ଏସ୍‌ପି ଭାବେ ଡା. ଶ୍ରବଣ ବିବେକ ଏମ୍‌. ଯୋଗଦେବା ପରେ ପୋଲିସ ଜିଲାର ପେସାଦାର ଅପରାଧୀ ଓ ଆପରାଧିକ କାର୍ଯ୍ୟକଳାପ ଉପରେ ପୋଲିସ ନଜର ରଖିଛି। ମଙ୍ଗଳବାର ଗୋପାଳପୁର ଥାନା ଅନ୍ତର୍ଗତ ଆମ୍ବପୁଆ ଇନ୍‌କମ ଟ୍ୟାକ୍ସ ଅଫିସ ନିକଟରେ ଦୁଇଜଣ ପେସାଦାର ଅପରାଧୀ ଏକତ୍ରିତ ହୋଇଥିବା ପୋଲିସ ଖବର ପାଇଥିଲା। ଅଭିଯୁକ୍ତମାନେ କୌଣସି ଜଣେ ବ୍ୟକ୍ତିଙ୍କୁ ଟାର୍ଗେଟ କରି ସେଠାରେ ଏକତ୍ରିତ ହୋଇଥିବା ଜଣାପଡ଼ିବା ପରେ ଗୋପାଳପୁର ପୋଲିସ ଚଢ଼ାଉ କରି ଆମ୍ବପୁଆର ଗଣେଶ ଓରଫ କାଳିଆ ରେଡ୍ଡୀ(୩୪) ଓ କହ୍ନେଇ ସେଠୀ (୩୧)ଙ୍କୁ କାବୁ କରିଥିଲା। ଥାନାରେ ସେମାନଙ୍କୁ ଜେରା ବେଳେ ସେମାନଙ୍କ ନିକଟରୁ ଦୁଇଟି ବନ୍ଧୁକ, ୬ଟି ଗୁଳି, ଗୋଟିଏ ଗାଡ଼ି ଜବତ ହୋଇଛି ବୋଲି ବୁଧବାର ପୋଲିସ ମୁଖ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ଶ୍ରବଣ ଏନେଇ ସୂଚନା ଦେଇଛନ୍ତି। ଗଣେଶଙ୍କ ନଁାରେ ଗୋପାଳପୁର ଥାନାରେ ୯ଟି ସଙ୍ଗିନ ମାମଲା ରହିଥିବା ବେଳେ କହ୍ନେଇ ସେଠୀ ପଶ୍ଚିମବଙ୍ଗ ହୁଗୁଳିଠାରେ ଏକ ହତ୍ୟା ମାମଲାରେ ଗିରଫ ହୋଇ ଜେଲ ଯାଇଥିଲେ। ନିକଟରେ ସେ ଜାମିନରେ ମୁକୁଳିବା ପରେ ସେଠାରୁ ଫେରାର ହୋଇ ବ୍ରହ୍ମପୁର ଚାଲି ଆସିଥିଲେ ବୋଲି ସେ କହିଛନ୍ତି। ଏହି ଦୁଇ ଅଭିଯୁକ୍ତ ବନ୍ଧୁକ କେଉଁଠାରୁ ଆଣିଥିଲେ, ଏମାନଙ୍କୁ କିଏ ବନ୍ଧୁକ ଯୋଗାଣ କରୁଛି, ଏମାନେ କାହାକୁ ହତ୍ୟା ପାଇଁ ଯୋଜନା କରୁଥିଲେ ସେନେଇ ପୋଲିସ ଏବେ ତନାଘନା କରୁଛି। ଗୋପାଳପୁର ଥାନା ମାମଲା ନଂ. ୮୭/୨୨ରେ ଗଣେଶ ଓ କହ୍ନେଇଙ୍କୁ ବୁଧବାର କୋର୍ଟଚାଲାଣ କରାଯାଇଛି। ଆବଶ୍ୟକ ହେଲେ ଏହି ଦୁଇ ଅଭିଯୁକ୍ତଙ୍କୁ ପୋଲିସ ରିମାଣ୍ଡରେ ଆଣିବ ବୋଲି ମଧ୍ୟ ଏସ୍‌ପି କହିଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସଦର ଏସ୍‌ଡିପିଓ ଶିବ ଶଙ୍କର ମହାପାତ୍ର, ଗୋପାଳପୁର ଥାନାଧିକାରୀ ଶ୍ରୀକାନ୍ତ ଖମାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri