ଦୁଇ ପେସାଦାର ଅପରାଧୀ ଗିରଫ

ବ୍ରହ୍ମପୁର ଅଫିସ,୧୮ା୫: ବ୍ରହ୍ମପୁରର ଏସ୍‌ପି ଭାବେ ଡା. ଶ୍ରବଣ ବିବେକ ଏମ୍‌. ଯୋଗଦେବା ପରେ ପୋଲିସ ଜିଲାର ପେସାଦାର ଅପରାଧୀ ଓ ଆପରାଧିକ କାର୍ଯ୍ୟକଳାପ ଉପରେ ପୋଲିସ ନଜର ରଖିଛି। ମଙ୍ଗଳବାର ଗୋପାଳପୁର ଥାନା ଅନ୍ତର୍ଗତ ଆମ୍ବପୁଆ ଇନ୍‌କମ ଟ୍ୟାକ୍ସ ଅଫିସ ନିକଟରେ ଦୁଇଜଣ ପେସାଦାର ଅପରାଧୀ ଏକତ୍ରିତ ହୋଇଥିବା ପୋଲିସ ଖବର ପାଇଥିଲା। ଅଭିଯୁକ୍ତମାନେ କୌଣସି ଜଣେ ବ୍ୟକ୍ତିଙ୍କୁ ଟାର୍ଗେଟ କରି ସେଠାରେ ଏକତ୍ରିତ ହୋଇଥିବା ଜଣାପଡ଼ିବା ପରେ ଗୋପାଳପୁର ପୋଲିସ ଚଢ଼ାଉ କରି ଆମ୍ବପୁଆର ଗଣେଶ ଓରଫ କାଳିଆ ରେଡ୍ଡୀ(୩୪) ଓ କହ୍ନେଇ ସେଠୀ (୩୧)ଙ୍କୁ କାବୁ କରିଥିଲା। ଥାନାରେ ସେମାନଙ୍କୁ ଜେରା ବେଳେ ସେମାନଙ୍କ ନିକଟରୁ ଦୁଇଟି ବନ୍ଧୁକ, ୬ଟି ଗୁଳି, ଗୋଟିଏ ଗାଡ଼ି ଜବତ ହୋଇଛି ବୋଲି ବୁଧବାର ପୋଲିସ ମୁଖ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ଶ୍ରବଣ ଏନେଇ ସୂଚନା ଦେଇଛନ୍ତି। ଗଣେଶଙ୍କ ନଁାରେ ଗୋପାଳପୁର ଥାନାରେ ୯ଟି ସଙ୍ଗିନ ମାମଲା ରହିଥିବା ବେଳେ କହ୍ନେଇ ସେଠୀ ପଶ୍ଚିମବଙ୍ଗ ହୁଗୁଳିଠାରେ ଏକ ହତ୍ୟା ମାମଲାରେ ଗିରଫ ହୋଇ ଜେଲ ଯାଇଥିଲେ। ନିକଟରେ ସେ ଜାମିନରେ ମୁକୁଳିବା ପରେ ସେଠାରୁ ଫେରାର ହୋଇ ବ୍ରହ୍ମପୁର ଚାଲି ଆସିଥିଲେ ବୋଲି ସେ କହିଛନ୍ତି। ଏହି ଦୁଇ ଅଭିଯୁକ୍ତ ବନ୍ଧୁକ କେଉଁଠାରୁ ଆଣିଥିଲେ, ଏମାନଙ୍କୁ କିଏ ବନ୍ଧୁକ ଯୋଗାଣ କରୁଛି, ଏମାନେ କାହାକୁ ହତ୍ୟା ପାଇଁ ଯୋଜନା କରୁଥିଲେ ସେନେଇ ପୋଲିସ ଏବେ ତନାଘନା କରୁଛି। ଗୋପାଳପୁର ଥାନା ମାମଲା ନଂ. ୮୭/୨୨ରେ ଗଣେଶ ଓ କହ୍ନେଇଙ୍କୁ ବୁଧବାର କୋର୍ଟଚାଲାଣ କରାଯାଇଛି। ଆବଶ୍ୟକ ହେଲେ ଏହି ଦୁଇ ଅଭିଯୁକ୍ତଙ୍କୁ ପୋଲିସ ରିମାଣ୍ଡରେ ଆଣିବ ବୋଲି ମଧ୍ୟ ଏସ୍‌ପି କହିଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସଦର ଏସ୍‌ଡିପିଓ ଶିବ ଶଙ୍କର ମହାପାତ୍ର, ଗୋପାଳପୁର ଥାନାଧିକାରୀ ଶ୍ରୀକାନ୍ତ ଖମାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ...

ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ...

ମୁଖ୍ୟମନ୍ତ୍ରୀଙ୍କ ରେକର୍ଡ ବିଜୟ ପାଇଁ ପୂଜାର୍ଚ୍ଚନା

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ରେକର୍ଡ ସଂଖ୍ୟକ ବ୍ୟବଧାନରେ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜୟୀ ପାଇଁ...

ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri