୭୩୨ କୋଟି ଟଙ୍କାର ୨ ରେଳ ପ୍ରକଳ୍ପ ଲୋକାର୍ପିତ: ଯଖପୁରା-ଯାଜପୁର…

ଭୁବନେଶ୍ୱର, ୨୨ା୬ (ବନ୍ଦନା ସେଠୀ): ରେଳ ଭିତ୍ତିଭୂମିକୁ ଆହୁରି ଦୃଢ଼ କରିବା ସହ କାର୍ଯ୍ୟକ୍ଷମ ଦକ୍ଷତା ବୃଦ୍ଧି କରିବା ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି ଭାରତୀୟ ରେଳ। ଏହି କ୍ରମରେ ରାଷ୍ଟ୍ର ଉଦ୍ଦେଶ୍ୟରେ ୭୩୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉତ୍ସର୍ଗ କରାଯାଇଛି। ଶନିବାର ମୟୂରଭଞ୍ଜ ଜିଲା ରାଇରଙ୍ଗପୁରଠାରେ ଆୟୋଜିତ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ପୂର୍ବତଟ ରେଳପଥ ଅଧୀନରେ ବିକଶିତ ଦୁଇ ଗୁରୁତ୍ୱପୂର୍ଣ୍ଣ ମଲ୍ଟି ଟ୍ରାକିଂ ରେଳ ପ୍ରକଳ୍ପର ଲୋକାର୍ପଣ କରିଥିଲେ। ଏହି ଦୁଇଟି କ୍ଷମତା ବୃଦ୍ଧି ପ୍ରକଳ୍ପ ମଧ୍ୟରେ ୧୯ କି.ମି. ଦୈର୍ଘ୍ୟ ବିଶିଷ୍ଟ ଯଖପୁରା-ଯାଜପୁର କେନ୍ଦୁଝର ରୋଡ୍‌-ବୈତରଣୀ ରୋଡ୍‌ ମଲ୍ଟି-ଟ୍ରାକିଂ ପ୍ରକଳ୍ପ ରହିଛି। ୩୨୩ କୋଟି ଟଙ୍କା ବ୍ୟୟରେ ସମ୍ପୂର୍ଣ୍ଣ ହୋଇଥିବା ଏହି ପ୍ରକଳ୍ପଟି ବୃହତ ଭଦ୍ରକ ନିର୍ଗୁଣ୍ଡି ମଲ୍ଟି-ଟ୍ରାକିଂ ପ୍ରକଳ୍ପର ଏକ ଅଂଶ ଭାବରେ ବିକଶିତ କରାଯାଇଛି। ଏହି ପ୍ରକଳ୍ପଟି ଅତ୍ୟଧିକ ବ୍ୟସ୍ତବହୁଳ ହାୱଡ଼ା-ଚେନ୍ନାଇ ମୁଖ୍ୟ ଲାଇନରେ କ୍ଷମତା ବୃଦ୍ଧି କରିବ, ଭିଡ଼ ହ୍ରାସ କରିବ, ସମୟାନୁବର୍ତ୍ତିତାରେ ସୁଧାର ଆଣିବ ଏବଂ ଯାତ୍ରୀବାହୀ ଓ ମାଲବାହୀ ଟ୍ରେନଗୁଡ଼ିକର ଦ୍ରୁତ ଚଳାଚଳ ନିଶ୍ଚିତ କରିବ। ଏଥିସହ କୋଇଲା ଏବଂ ଅନ୍ୟାନ୍ୟ ଭାରୀ ସାମଗ୍ରୀର ନିରବଚ୍ଛିନ୍ନ ପରିବହନରେ ମଧ୍ୟ ସହାୟକ ହେବ। ନିକଟସ୍ଥ ବନ୍ଦର, ଶିଳ୍ପ ଏବଂ ବାଣିଜି୍ୟକ କେନ୍ଦ୍ରଗୁଡ଼ିକୁ ସୁଦୃଢ଼ ଲଜିଷ୍ଟିକ ସହାୟତା ପ୍ରଦାନ କରିବ। ସେହିପରି ୪୦୯ କୋଟି ଟଙ୍କା ବ୍ୟୟରେ ୨୭ କି.ମି. ଦୈର୍ଘ୍ୟ ବିଶିଷ୍ଟ ହିନ୍ଦୋଳ ରୋଡ଼-ମେରାମଣ୍ଡଳୀ ମଲ୍ଟି-ଟ୍ରାକିଂ ପ୍ରକଳ୍ପର ଲୋକାର୍ପଣ କରାଯାଇଛି। ଏହା ବୁଢ଼ାପଙ୍କ-ଶାଳଗଁା ମଲ୍ଟି-ଟ୍ରାକିଂ ପ୍ରକଳ୍ପର ଏକ ଅଂଶ ଅଟେ। ଏହି ପ୍ରକଳ୍ପ ଟ୍ରେନ ପରିଚାଳନା କ୍ଷମତାକୁ ଉଲ୍ଲେଖନୀୟ ଭାବେ ବୃଦ୍ଧି କରିବ, ପରିଚାଳନାଗତ ପ୍ରତିବନ୍ଧକଗୁଡ଼ିକୁ ଦୂର କରିବ ଏବଂ କୋଇଲା, ଇସ୍ପାତ, ବିଦ୍ୟୁତ୍‌ କ୍ଷେତ୍ର ପାଇଁ ଆବଶ୍ୟକ ସାମଗ୍ରୀ ଓ ଅନ୍ୟାନ୍ୟ ଶିଳ୍ପଜାତ ସାମଗ୍ରୀର ସୁଗମ ପରିବହନକୁ ସହାୟତା କରିବ। ଏହି ପ୍ରକଳ୍ପଗୁଡ଼ିକ ‘ବିକଶିତ ଓଡ଼ିଶା’ ଏବଂ ‘ବିକଶିତ ଭାରତ’ର ସଂକଳ୍ପକୁ ସାକାର କରିବା ଦିଗରେ ଆଉ ଏକ ପ୍ରମୁଖ ପଦକ୍ଷେପ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?