ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି। ତୋରଣ ଭାଙ୍ଗି ପଡିବାରୁ ସେଠାରେ ରହିଥିବା ୨ ରିକ୍ସା ଚାଳକ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ହେଲେ, ଭଟଲି ବ୍ଲକ ଚଢ଼େଇଗାଁ ଗ୍ରାମର ସଞ୍ଜୟ କୁମ୍ଭାର ଓ ଅଜିତ କୁମ୍ଭାର । ସେମାନେ ୨ ଭାଇ ଅଟନ୍ତି। ଆହତଙ୍କୁ ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ସ୍ଥାନୀୟ ଏକ ଘରୋଇ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।
ପ୍ରକାଶ ଥାଉକି,ଏହା ପୂର୍ବରୁ ବରପାଲିରେ ମଧ୍ୟ ଏଭଳି ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ ତୋରଣ ଭାଙ୍ଗି ପଡିଥିଲା। ନୂଆ ସରକାର ଆସିବା ପରେ ସୌନ୍ଦର୍ଯ୍ୟକରଣ ପାଇଁ ଜିଲାର ବିଭିନ୍ନ ସ୍ଥାନରେ ଏଭଳି ତୋରଣ ନିର୍ମାଣ କରାଯାଇଛି। ମାତ୍ର ଝଡବତାସରେ ତାହା ଭାଙ୍ଗି ପଡୁଥିବା ଯୋଗୁ ଲକ୍ଷଲକ୍ଷ ଟଙ୍କା ପାଣିରେ ମିଶି ଯାଉଛି। ନିମ୍ନମାନର କାମ ଯୋଗୁ ଏଭଳି ହେଉଥିବା ଅଭିଯୋଗ ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri