Posted inଭଦ୍ରକ

ଏନ୍‌କାଉଣ୍ଟରରେ ୨ ଲୁଟେରା ଗୁରୁତର

ଭଦ୍ରକ ଅଫିସ,୨।୧୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ବୁଧବାର ପୂର୍ବାହ୍ନରେ ବରପଦା ନିକଟରେ ୨ ଲୁଟେରାଙ୍କୁ ଏନ୍‌କାଉଣ୍ଟର କରିଛି। ସେମାନଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ପ୍ରଥମେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦୁହେଁ ଚରମ୍ପା ଲକ୍ଷ୍ମୀନାରାୟଣ ମନ୍ଦିର ନିକଟ ଏଟିଏମ୍‌ରୁ ୨୯ ଲକ୍ଷ ଲୁଟ୍‌ ମାମଲାରେ ସମ୍ପୃକ୍ତ ଅଛନ୍ତି। ଏହି ଘଟଣାରେ ସେମାନଙ୍କର ୪ ସହଯୋଗୀଙ୍କୁ ଅଟକ ରଖି ଜେରା କରାଯାଉଥିବା ଗ୍ରାମାଞ୍ଚଳ ଥାନାଧିକାରୀ ଆଲୋକ କୁମାର ଜେନା ସୂଚନା ଦେଇଛନ୍ତି।
ଗୁରୁତର ହୋଇଥିବା ଦୁଇ ଲୁଟେରା ହେଲେ ବାଲେଶ୍ୱର ଜିଲା ସୋର ଅଞ୍ଚଳର ପ୍ରହ୍ଲାଦ ଦାସ ଓ ନୀଳଗିରି ଅଞ୍ଚଳର ସୁଶାନ୍ତ ମଲ୍ଲିକ। ସେମାନେ ବରପଦା ଅଞ୍ଚଳରେ ରହି ଡକାୟତି ପାଇଁ ଯୋଜନା କରୁଥିବା ଖବର ପାଇ ଥାନାଧିକାରୀ ଜେନା ସଦଳବଳ ଚଢ଼ାଉ କରିଥିଲେ। ପୋଲିସକୁ ଦେଖି ସେମାନେ ପାଲଟା ଗୁଳି ଚଳାଇଥିଲେ। ଏହି ସମୟରେ ଆତ୍ମରକ୍ଷା କରିବାକୁ ଯାଇ ତଳେ ପଡ଼ି ଥାନାଧିକାରୀ ଜେନାଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଫଳରେ ପୋଲିସ ବାଧ୍ୟ ହୋଇ ଏନକାଉଣ୍ଟର କରିଥିଲା। ସେମାନଙ୍କ ନିକଟରୁ ୩ଟି ବନ୍ଧୁକ, ୨ ଖଣ୍ଡା ଓ ୪ ମ୍ୟାଗ୍‌ଜିନ ଜବତ କରାଯାଇଛି। ଏହି ଗ୍ୟାଙ୍ଗ୍‌ ବହୁ ଲୁଟ୍‌, ଡକାୟତି ଓ ରାହାଜାନି ଘଟଣାରେ ସମ୍ପୃକ୍ତ ଅଛନ୍ତି। ପ୍ରହ୍ଲାଦ ଓ ସୁଶାନ୍ତ କଟକରୁ ସୁସ୍ଥ ହୋଇ ଫେରିବା ପରେ ଜେରା ସମୟରେ ଅଧିକ ତଥ୍ୟ ମିଳିବ ବୋଲି ଥାନାଧିକାରୀ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri