ବସ୍‌ ଡିକିରୁ ୨ ବସ୍ତା ଗଞ୍ଜେଇ ଜବତ, ୫ ଅଟକ

ବଲାଙ୍ଗୀ ର, ୨୬।୯(ସୁନିଲ କୁମାର ମହାନ୍ତି): ବସ୍‌ ଡିକିରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ୫ ଜଣଙ୍କୁ ଅଟକ ରଖିଛି। ଅଟକ ବ୍ୟକ୍ତିମାନଙ୍କୁ ଅବକାରୀ ବିଭାଗ ପକ୍ଷରୁ ପଚରାଉଚରା କରାଯାଉଛି।

ସୂଚନା ଅନୁଯାୟୀ, କନ୍ଧମାଳ ଜିଲା ବାଲିଗୁଡ଼ାରୁ ବଲାଙ୍ଗିର ଅଭିମୁଖେ ଏକ ଘରୋଇ ବସ୍‌ ଆସୁଥିଲା। ଏହି ସମୟରେ ଜଣେ ସ୍କୁଟି ଚାଳକ ଏକ ବ୍ୟାଗ୍‌ରେ ଗଞ୍ଜେଇ ଧରି ଆସୁଥିବା ଖବର ପାଇ ଅବକାରୀ ବିଭାଗ ତାଙ୍କୁ ରାସ୍ତାରେ ଅଟକାଇଥିଲା। ପଚରାଉଚରା ବେଳେ ସେ ଆଗରେ ଯାଉଥିବା ବସ୍‌ରେ ତାଙ୍କର ଅନ୍ୟ ସହଯୋଗୀମାନେ ଥିବା ଏବଂ ବସ୍‌ରେ ଗଞ୍ଜେଇ ଆଣୁଥିବା ସୂଚନା ଦେଇଥିବା ଜଣାପଡ଼ିଛି।

ଏହାପରେ ଅବକାରୀ ବିଭାଗର ମୋବାଇଲ୍‌ ଟିମ୍‌ ତୁରନ୍ତ ଏସ୍‌ପି ଅଫିସ୍‌ ନିକଟରେ ବସ୍‌ଟିକୁ ଅଟକାଇ ଯାଞ୍ଚ କରିଥିଲା। ବସ୍‌ ଭିତରୁ ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ ଥିବା ସନ୍ଦେହରେ ୩ ଜଣଙ୍କୁ ଧରିବା ସହ ବସ୍‌ ଡିକିରୁ ୨ ବସ୍ତା ଗଞ୍ଜେଇ ଜବତ କରାଯାଇଥିବା ଜଣାପଡ଼ିଛି।

ଅବକାରୀ ବିଭାଗ ଗଞ୍ଜେଇ ଜବତ କରିବା ସହ କଣ୍ଡକ୍ଟର, ହେଲ୍‌ପରଙ୍କ ସମେତ ମୋଟ ୫ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ବସ୍‌ ଡ୍ରାଇଭର ଓ କଣ୍ଡକ୍ଟର ଘଟଣା ସମ୍ପର୍କରେ ସେମାନେ କିଛି ଜାଣି ନ ଥିବା କହିଛନ୍ତି।

ତଦନ୍ତ ଚାଲିଥିବାରୁ ଏନେଇ ଅଧିକ କିଛି କହିବାକୁ ଅବକାରୀ ଅଧୀକ୍ଷକ ମନା କରିଛନ୍ତି। ଅପରାହ୍ନରେ ସାମ୍ବାଦିକ ସମ୍ମିଳନୀ କରାଯାଇ ଘଟଣା ସମ୍ପର୍କିତ ସମସ୍ତ ତଥ୍ୟ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।

ଅନ୍ୟପକ୍ଷରେ, ପ୍ରାଥମିକ ଭାବେ କନ୍ଧମାଳରୁ ବସ୍‌ ଯୋଗେ ଗଞ୍ଜେଇ ଆଣି ବଲାଙ୍ଗିର ରେଳଷ୍ଟେଶନରୁ ଟ୍ରେନ୍‌ ଯୋଗେ ବିଭିନ୍ନ ରାଜ୍ୟକୁ ଚାଲାଣ କରାଯାଉଥିବା ସୂଚନା ମିଳିଥିବା କୁହାଯାଉଛି। ଘଟଣାରେ ଅବକାରୀ ବିଭାଗର ତଦନ୍ତ ଜାରି ରହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?