ବାଲି ବ୍ୟବସାୟୀ ୨ ଭାଇ ଗିରଫ, ଟ୍ରାକ୍ଟର ଜବତ

ପୁରୁଷୋତ୍ତମପୁର,୨୪।୪ (ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ହିଞ୍ଜିଳି ତହସିଲ ଅନ୍ତର୍ଗତ ଦୟାନିଧିପୁର ଗ୍ରାମରେ ୨ ଜଣ ଆର୍‌ଆଇଙ୍କୁ ଆକ୍ରମଣ ସହ ଗାଡି ଚଢାଇ ହତ୍ୟା ଉଦ୍ୟମ ଅଭିଯୋଗରେ ପୋଲିସ ଶନିବାର ବାଲି ବ୍ୟବସାୟୀ ୨ ଭାଇଙ୍କୁ ଗିରଫ କରିଛି। ସେମାନେ ହେଲେ ଦୀପକ କୁମାର ତ୍ରିପାଠୀ ଓ ସପନ ତ୍ରିପାଠୀ। ଥାନା ମାମଲା ନଂ.୨୧୯/୨୨ ପ୍ରକାରେ ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି। ଦୟାନିଧିପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀରୁ ବେଆଇନ୍‌ ବାଲି ଚାଲାଣ ହେଉଥିବା ହିଞ୍ଜିଳି ତହସିଲ ପ୍ରଶାସନକୁ ଖବର ମିଳିଥିଲା। ତହସିଲଦାର ପ୍ରଭାତ କୁମାର ପରିଡାଙ୍କ ନିର୍ଦ୍ଦେଶକ୍ରମେ ନନ୍ଦିକ ଆର୍‌ଆଇ କୃଷ୍ଣଚନ୍ଦ୍ର ଜାନି ଓ ବୁରୁପଡା ଆର୍‌ଆଇ ସୁଧାଂଶୁ ଶେଖର ପାଣିଗ୍ରାହୀ ଗୁରୁବାର ରାତିରେ ସେଠାରେ ଚଢ଼ାଉ କରି ଟ୍ରାକ୍ଟର (ଓଡି ୦୭ଏମ ୩୪୭୮)କୁ ଅଟକାଇଥିଲେ। ଟ୍ରାକ୍ଟର ଡ୍ରାଇଭର ତଥା ଦୟାନିଧିପୁରର ଦୀପକ ୨ ଆର୍‌ଆଇଙ୍କୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିବା ସହ ଧମକ ଦେଇଥିଲେ। ସେ ତାଙ୍କ ଭାଇ ସପନ ଓ ବାପା ମନୋଜ ତ୍ରିପାଠୀଙ୍କୁ ଡକାଇଥିଲେ। ବାପା ଓ ୨ ଭାଇ ମିଶି ଆରଆଇଙ୍କୁ ଆକ୍ରମଣ କରିବା ସହ ଗାଡି ଚଢାଇ ଦେବାକୁ ଉଦ୍ୟମ କରିଥିଲେ। ଆହତ ଆର୍‌ଆଇଦ୍ୱୟ ସେଠାରୁ ଦୌଡ଼ି ଆସି ହିଞ୍ଜିଳି ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହୋଇଛନ୍ତି। ଆରଆଇ କୃଷ୍ଣ ଚନ୍ଦ୍ର ଜାନି ଏ ନେଇ ତହସିଲଦାର ପରିଡ଼ାଙ୍କୁ ଜଣାଇବା ପରେ ସେ ପୁରୁଷୋତ୍ତମପୁର ଥାନାରେ ଶୁକ୍ରବାର ଅଭିଯୋଗ କରିଥିଲେ। ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ଅଭିଯୋଗ ପ୍ରକାରେ ମାମଲା ରୁଜୁ କରିଥିଲେ। ପୁରୁଷୋତ୍ତମପୁର ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ ଏହାର ତଦନ୍ତ କରି ଶନିବାର ସକାଳେ ଦୟାନିଧିପୁରରେ ଚଢାଉ କରି ଅଭିଯୁକ୍ତ ଦୁଇ ଭାଇଙ୍କୁ କାବୁ କରିବା ସହ ଟ୍ରାକ୍ଟରକୁ ଜବତ କରିଛନ୍ତି। ଅଭିଯୁକ୍ତଙ୍କ ବାପା ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri