ବାଲି ବ୍ୟବସାୟୀ ୨ ଭାଇ ଗିରଫ, ଟ୍ରାକ୍ଟର ଜବତ

ପୁରୁଷୋତ୍ତମପୁର,୨୪।୪ (ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ହିଞ୍ଜିଳି ତହସିଲ ଅନ୍ତର୍ଗତ ଦୟାନିଧିପୁର ଗ୍ରାମରେ ୨ ଜଣ ଆର୍‌ଆଇଙ୍କୁ ଆକ୍ରମଣ ସହ ଗାଡି ଚଢାଇ ହତ୍ୟା ଉଦ୍ୟମ ଅଭିଯୋଗରେ ପୋଲିସ ଶନିବାର ବାଲି ବ୍ୟବସାୟୀ ୨ ଭାଇଙ୍କୁ ଗିରଫ କରିଛି। ସେମାନେ ହେଲେ ଦୀପକ କୁମାର ତ୍ରିପାଠୀ ଓ ସପନ ତ୍ରିପାଠୀ। ଥାନା ମାମଲା ନଂ.୨୧୯/୨୨ ପ୍ରକାରେ ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି। ଦୟାନିଧିପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀରୁ ବେଆଇନ୍‌ ବାଲି ଚାଲାଣ ହେଉଥିବା ହିଞ୍ଜିଳି ତହସିଲ ପ୍ରଶାସନକୁ ଖବର ମିଳିଥିଲା। ତହସିଲଦାର ପ୍ରଭାତ କୁମାର ପରିଡାଙ୍କ ନିର୍ଦ୍ଦେଶକ୍ରମେ ନନ୍ଦିକ ଆର୍‌ଆଇ କୃଷ୍ଣଚନ୍ଦ୍ର ଜାନି ଓ ବୁରୁପଡା ଆର୍‌ଆଇ ସୁଧାଂଶୁ ଶେଖର ପାଣିଗ୍ରାହୀ ଗୁରୁବାର ରାତିରେ ସେଠାରେ ଚଢ଼ାଉ କରି ଟ୍ରାକ୍ଟର (ଓଡି ୦୭ଏମ ୩୪୭୮)କୁ ଅଟକାଇଥିଲେ। ଟ୍ରାକ୍ଟର ଡ୍ରାଇଭର ତଥା ଦୟାନିଧିପୁରର ଦୀପକ ୨ ଆର୍‌ଆଇଙ୍କୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିବା ସହ ଧମକ ଦେଇଥିଲେ। ସେ ତାଙ୍କ ଭାଇ ସପନ ଓ ବାପା ମନୋଜ ତ୍ରିପାଠୀଙ୍କୁ ଡକାଇଥିଲେ। ବାପା ଓ ୨ ଭାଇ ମିଶି ଆରଆଇଙ୍କୁ ଆକ୍ରମଣ କରିବା ସହ ଗାଡି ଚଢାଇ ଦେବାକୁ ଉଦ୍ୟମ କରିଥିଲେ। ଆହତ ଆର୍‌ଆଇଦ୍ୱୟ ସେଠାରୁ ଦୌଡ଼ି ଆସି ହିଞ୍ଜିଳି ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହୋଇଛନ୍ତି। ଆରଆଇ କୃଷ୍ଣ ଚନ୍ଦ୍ର ଜାନି ଏ ନେଇ ତହସିଲଦାର ପରିଡ଼ାଙ୍କୁ ଜଣାଇବା ପରେ ସେ ପୁରୁଷୋତ୍ତମପୁର ଥାନାରେ ଶୁକ୍ରବାର ଅଭିଯୋଗ କରିଥିଲେ। ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ଅଭିଯୋଗ ପ୍ରକାରେ ମାମଲା ରୁଜୁ କରିଥିଲେ। ପୁରୁଷୋତ୍ତମପୁର ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ ଏହାର ତଦନ୍ତ କରି ଶନିବାର ସକାଳେ ଦୟାନିଧିପୁରରେ ଚଢାଉ କରି ଅଭିଯୁକ୍ତ ଦୁଇ ଭାଇଙ୍କୁ କାବୁ କରିବା ସହ ଟ୍ରାକ୍ଟରକୁ ଜବତ କରିଛନ୍ତି। ଅଭିଯୁକ୍ତଙ୍କ ବାପା ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri