ସ୍କୁଟିକୁ ଧକ୍କା ଦେଲା ବସ୍‌, ୨ ମୃତ: ଘଟଣାସ୍ଥଳରେ ଉତ୍ତେଜନା

ତିହିଡି଼,୨୨।୧୧(ସଞ୍ଜିତ ବଳ):ଭଦ୍ରକ -ଚାନ୍ଦବାଲି ରାଜ୍ୟ ରାଜପଥର ପୀରହାଟ ଥାନା ଅଧୀନ ସିନ୍ଦୋଳ ଠାରେ ଶନିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ସ୍କୁଟିକୁ ଯାତ୍ରୀବାହୀ ବସ୍‌ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ସ୍କୁଟି ଆରୋହୀଙ୍କ ନାଁ ଗୋଲେଖ ଦାସ (୪୫) ଓ ଦୈତାରୀ ପୁହାଣ (୩୮) ଏବଂ ତାଙ୍କ ଘର ତିହିଡି଼ ଥାନା ସୟା ପଞ୍ଚାୟତ ଅଧୀନ ବାଲିଚତୁରୀ ଗ୍ରାମରେ ବୋଲି ଜଣାପଡିଛି। ତେବେ ଏହି ଅଭାବନୀୟ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଉତ୍ତ୍ୟକ୍ତ ଲୋକମାନେ ରାସ୍ତା ଅବରୋଧ କରିଛନ୍ତି । ତିହିଡି଼ ଥାନା ଆଇଆଇସି ସତ୍ୟବ୍ରତ ଗ୍ରହାଚାର୍ଯ୍ୟ, ପୀରହାଟ ଥାନା ଆଇଆଇସି ରୋଜାଲିନ ବେହେରା ପ୍ରମୁଖ ଉତ୍ତେଜନାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ରାସ୍ତାରୋକୋ ଅବ୍ୟାହତ ଥିବା ଜଣାଯାଇଛି । ଅତିରିକ୍ତ ତହସିଲଦାର ନମିତା ଧଳ ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ଥିଲେ। ପ୍ରକାଶ ଯେ ଗୋଲେଖ ଓ ଦୈତାରୀ ଘରୁ ଏକ ଅଲେଖ ମେଳାରେ ଯୋଗଦେବାକୁ ସ୍କୁଟି ଯୋଗେ ଚାନ୍ଦବାଲି ଯାଉଥିଲେ। ସିନ୍ଦୋଳ ନିକଟରେ ବିପରୀତ ଦିଗରୁ ଚାନ୍ଦବାଲିରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ହାସାମ ନାମକ ଏକ ବସ (ନଂ ଓଡ଼ି ୦୫ ଏ ଡବ୍ଲ୍ୟୁ ୭୯୫୫) ତାଙ୍କୁ ଧକ୍କା ଦେଇଥିଲା। l ଯାହାଫଳରେ ଘଟଣାସ୍ଥଳରେ ସ୍କୁଟି ଆରୋହୀ ୨ଜଣଙ୍କ ମୃତ୍ୟୁ ଘଟିଥିଲା । ମୃତକଙ୍କ ମଧ୍ୟରୁ ଦୈତାରୀ ତିହିଡି଼ ବ୍ଲକ ଅଧ୍ୟକ୍ଷା ଅବନ୍ତୀ ଦାସଙ୍କ ଭାଇ ହୋଇଥିବା ବେଳେ ମୃତକ ୨ଜଣ ଅଲେଖ ଧର୍ମାବଲମ୍ବୀ ବୋଲି ଜଣାଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri