ସ୍କୁଟିକୁ ଧକ୍କା ଦେଲା ବସ୍‌, ୨ ମୃତ: ଘଟଣାସ୍ଥଳରେ ଉତ୍ତେଜନା

ତିହିଡି଼,୨୨।୧୧(ସଞ୍ଜିତ ବଳ):ଭଦ୍ରକ -ଚାନ୍ଦବାଲି ରାଜ୍ୟ ରାଜପଥର ପୀରହାଟ ଥାନା ଅଧୀନ ସିନ୍ଦୋଳ ଠାରେ ଶନିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ସ୍କୁଟିକୁ ଯାତ୍ରୀବାହୀ ବସ୍‌ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ସ୍କୁଟି ଆରୋହୀଙ୍କ ନାଁ ଗୋଲେଖ ଦାସ (୪୫) ଓ ଦୈତାରୀ ପୁହାଣ (୩୮) ଏବଂ ତାଙ୍କ ଘର ତିହିଡି଼ ଥାନା ସୟା ପଞ୍ଚାୟତ ଅଧୀନ ବାଲିଚତୁରୀ ଗ୍ରାମରେ ବୋଲି ଜଣାପଡିଛି। ତେବେ ଏହି ଅଭାବନୀୟ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଉତ୍ତ୍ୟକ୍ତ ଲୋକମାନେ ରାସ୍ତା ଅବରୋଧ କରିଛନ୍ତି । ତିହିଡି଼ ଥାନା ଆଇଆଇସି ସତ୍ୟବ୍ରତ ଗ୍ରହାଚାର୍ଯ୍ୟ, ପୀରହାଟ ଥାନା ଆଇଆଇସି ରୋଜାଲିନ ବେହେରା ପ୍ରମୁଖ ଉତ୍ତେଜନାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ରାସ୍ତାରୋକୋ ଅବ୍ୟାହତ ଥିବା ଜଣାଯାଇଛି । ଅତିରିକ୍ତ ତହସିଲଦାର ନମିତା ଧଳ ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ଥିଲେ। ପ୍ରକାଶ ଯେ ଗୋଲେଖ ଓ ଦୈତାରୀ ଘରୁ ଏକ ଅଲେଖ ମେଳାରେ ଯୋଗଦେବାକୁ ସ୍କୁଟି ଯୋଗେ ଚାନ୍ଦବାଲି ଯାଉଥିଲେ। ସିନ୍ଦୋଳ ନିକଟରେ ବିପରୀତ ଦିଗରୁ ଚାନ୍ଦବାଲିରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ହାସାମ ନାମକ ଏକ ବସ (ନଂ ଓଡ଼ି ୦୫ ଏ ଡବ୍ଲ୍ୟୁ ୭୯୫୫) ତାଙ୍କୁ ଧକ୍କା ଦେଇଥିଲା। l ଯାହାଫଳରେ ଘଟଣାସ୍ଥଳରେ ସ୍କୁଟି ଆରୋହୀ ୨ଜଣଙ୍କ ମୃତ୍ୟୁ ଘଟିଥିଲା । ମୃତକଙ୍କ ମଧ୍ୟରୁ ଦୈତାରୀ ତିହିଡି଼ ବ୍ଲକ ଅଧ୍ୟକ୍ଷା ଅବନ୍ତୀ ଦାସଙ୍କ ଭାଇ ହୋଇଥିବା ବେଳେ ମୃତକ ୨ଜଣ ଅଲେଖ ଧର୍ମାବଲମ୍ବୀ ବୋଲି ଜଣାଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri