କରୋନା ଟିକା ନେବା ପରେ ୨ ସୁରକ୍ଷାକର୍ମୀ ଅସୁସ୍ଥ

ସୁନ୍ଦରଗଡ଼,୧୮।୧(ଡି.ଏନ୍‌.ଏ.) : କୋଭିଡ ଟିକା ନେବା ପରେ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାର ୨ ଜଣ ସୁରକ୍ଷାକର୍ମୀ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଅନୁଭବ କରିବା ପରେ ସେମାନେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେମାନେ ହେଲେ ଦୁବରାଜ ରଣା ଓ ମାନସ କରାଳି। ଦୁବରାଜଙ୍କ କହିବାନୁଯାୟୀ ,ସେ ୧୬ ତାରିଖରେ ଏହି କୋଭିଡ ଟିକା କୋ-ଭ୍ୟାକସିନ ନେଇଥିଲେ। ଟିକା ନେଇ ସେହିଦିନ ଡ୍ୟୁଟି କରି ଘରକୁ ଗଲେ। ତା’ ପରଦିନ ଡ୍ୟୁଟି କଲା ବେଳକୁ ହଠାତ୍‌ ଜ୍ବର ହୋଇ ବାମ ପାଖ ପକ୍ଷାଘାତ ଭଳି ଅନୁଭବ କରିଥିଲେ। ସେହିପରି ମାନସଙ୍କୁ ମଧ୍ୟ ପ୍ରବଳ ଜ୍ବର ହୋଇ ଥିଲା। ଏହା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ଉଭୟଙ୍କୁ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସରୋଜ କୁମାର ମିଶ୍ରଙ୍କୁ ପଚାରିବାରୁ ଟିକାର କୌଣସି ପାଶର୍‌ବ ପ୍ରତିକ୍ରିୟା ନାହିଁ। ଟିକା ନେବା ପରେ ଜ୍ବର ହେବା ସାଧାରଣ କଥା। ଅସୁସ୍ଥ ସ୍ବାସ୍ଥ୍ୟ କର୍ମୀ ବର୍ତ୍ତମାନ ସୁସ୍ଥ ଅଛନ୍ତି। ଏଥିରେ ଭୟଭୀତ ନ ହୋଇ ସମସ୍ତେ କୋଭିଡ୍‌ ଟିକା ନେବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଝିଅଙ୍କୁ ଭାତରେ ବିଷ ଦେଇ ନିଜେ ପିଇଦେଲେ ମା’, ଆଉ ତା’ ପରେ…

ପୁରୀ,୧୭ା୮(ଅଜିତ କୁମାର ମହାନ୍ତି): ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ…

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ; ୫ ମୃତ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତାରାପୀଠର ଏକ ହୋଟେଲରେ ସୋମବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଥିଲା। ରିପୋର୍ଟ ଅନୁଯାୟୀ, ନିଆଁରେ ପୋଡ଼ିଯିବାରୁ ଅତି କମରେ…

ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ୪ ଘଣ୍ଟା ପରେ ମହାପ୍ରଭୁ…

ପୁରୀ,୧୭ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି…

ଏଇ ଭାରତରେ

ଭାରତରେ ମଧ୍ୟାହ୍ନଭୋଜନର ପୌଷ୍ଟିକ ଦିଗକୁ ନେଇ ବହୁସମୟରେ ପ୍ରଶ୍ନ ଉଠୁଛି। ଏଥିପାଇଁ ପ୍ରାୟ ସବୁ ସ୍କୁଲରେ ଶିକ୍ଷକମାନେ ଚିନ୍ତାରେ ପଡ଼ୁଛନ୍ତି। ହେଲେ ନାଗାଲାଣ୍ଡ କୋହିମା ଜିଲାର ବିଶ୍ୱେମାର୍‌…

ସୁଖ ପରିଭାଷା

ଡାକ୍ତରୀ ପଢ଼ିବାକୁ ମନା କରିବା ଦ୍ବାରା ମା’ବାପାଙ୍କର ସ୍ବପ୍ନକୁ ଧୂଳିସାତ କରିଦେଇଥିଲେ ମଧ୍ୟ ନିଜ ପସନ୍ଦରେ ଫିଜିକ୍ସ ଅନର୍ସ ରଖି ପଢ଼ିବାର ସୁଯୋଗ ହାସଲ କରିପାରିଥିବାରୁ ବାପୁନ…

କଲରାରେ ଭରି ରହିଛି ଏସବୁ ଉପକାରୀ ଗୁଣ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗ ଦ୍ୱାରା ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଛି। ତେବେ…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri