ଦୁଇ ବଡ଼ ନେତା ଦୋଷୀ ସାବ୍ୟସ୍ତ, ଜଣଙ୍କୁ ୯୦ ଅନ୍ୟଙ୍କୁ ୭୫ ବର୍ଷ କାରାଦଣ୍ଡାଦେଶ…

ନାପିଦ୍ୱ,୧୦।୧୧: ଦୁର୍ନୀତି ଅଭିଯୋଗରେ ଜଣେ ବଡ଼ ନେତାଙ୍କୁ ୯୦ ବର୍ଷ ଏବଂ ଅନ୍ୟ ଜଣଙ୍କୁ ୭୫ ବର୍ଷର କାରାଦଣ୍ଡାଦେଶ ନିର୍ଦ୍ଦେଶ ଦିଆଯାଇଛି। ଏଭଳି ଘଟଣା ମ୍ୟାନମାରରେ ଘଟିଛି। କୋର୍ଟ ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବା ପରେ ବହିଷ୍କୃତ ନେତା ଅଙ୍ଗ ସାନ ସୁ କିଙ୍କ ରାଜନୈତିକ ଦଳର ଦୁଇଜଣ ବରିଷ୍ଠ ନେତାଙ୍କୁ ଏଭଳି ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଚଳିତ ବର୍ଷ ଫେବୃଆରୀରେ ସୁ କିଙ୍କ ନ୍ୟାଶନାଲ ଲିଗ ଫର ଡେମୋକ୍ରାସି ଦଳ କ୍ଷମତାରୁ ବହିଷ୍କୃତ ହେବା ପରେ ଦେଶରେ ସାମରିକ ଶାସନ ଜାରି ରହିଛି।

ଆଇନଜୀବୀ ଜାଓ ମିନ ହଲିଙ୍ଗ କହିଛନ୍ତି ଯେ କାୟିନ ରାଜ୍ୟର ପୂର୍ବତନ ଯୋଜନା ମନ୍ତ୍ରୀ ଥାନ ନୈଙ୍ଗଙ୍କୁ ୬ଟି ଦୁର୍ନୀତି ଅଭିଯୋଗରେ କୋର୍ଟ ଦୋଷୀ ସାବ୍ୟସ୍ତ କରି ୯୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି କାୟିନ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସୁ କିଙ୍କ ରାଜନୈତିକ ଦଳର ଜଣେ ବରିଷ୍ଠ ସଦସ୍ୟ ନୈନ ଖିନ ହେତୱେ ମିନ୍ତଙ୍କୁ ପାଞ୍ଚଟି ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରାଯାଇଛି। ପ୍ରତି ମାମଲାରେ ତାଙ୍କୁୁ ୧୫-୧୫ ବର୍ଷ ଅର୍ଥାତ୍‌ ମୋଟ ୭୫ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି।

ଦୁର୍ନୀତି ଏବଂ ଅନ୍ୟାନ୍ୟ ଅପରାଧିକ ମାମଲାରେ ସୁ କିଙ୍କ ବିରୋଧରେ ମଧ୍ୟ ବିଚାର କରାଯାଉଛି। ତାଙ୍କ ସମର୍ଥକମାନେ କହିଛନ୍ତି ଯେ ତାଙ୍କୁ ବଦନାମ କରିବା ଏବଂ ସାମରିକ କ୍ଷମତା ଦଖଲକୁ ଆଇନଗତ ଉଚିତ ଥିବା ଦର୍ଶାଇ ଏଭଳି କରାଯାଉଛି। ଏହା ସମ୍ପୂର୍ଣ୍ଣ ମନଗଢ଼ା ଏବଂ ମିଥ୍ୟା ଅଭିଯୋଗ ବୋଲି ସୁ କିଙ୍କ ସମର୍ଥକ କହିଛନ୍ତି।
ଯଦି କୌଣସି ମାମଲାରେ ସୁ କି ଦୋଷୀ ସାବ୍ୟସ୍ତ ହୁଅନ୍ତି ତେବେ ସେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ ନାହିଁ। ଦେଶରେ ସରକାର ଗଠନ ପାଇଁ ୨୦୨୩ ରେ ନିର୍ବାଚନ କରାଯିବ ବୋଲି ସାମରିକ ଶାସକ ପ୍ରତିଶୃତି ଦେଇଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ…

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri