ବଲାଙ୍ଗୀର,୯।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଡିଘାଟ ପଞ୍ଚାୟତର କୁଟୁନିଝରନ ଗାଁରେ ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ କୁଟୁନିଝରନ ଗାଁର କର ନାଗ (୩୪ ) ଓ ରାଣୀସିଲେଟ ଗାଁର ଜନ୍ମୟ ମାଝି (୩୫)।
ସୂଚନାନୁଯାୟୀ, ଦୁହେଁ ଚାର ଫଳ ଗୋଟାଇବାକୁ ଗାଁ ପାଖ ଜଙ୍ଗଲକୁ ଯାଇଥିଲେ । ଏତିକି ବେଳେ ଏକ ଭାଲୁ ଦୁଇ ଯୁବକଙ୍କୁ ଅତର୍କିତ ଆକ୍ରମଣ କରିଥିଲା । ସ୍ଥାନୀୟ ଲୋକେ ଦୁହିଁଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ତେବେ ଗୁରୁତର ହେବାରୁ ସେଠାରୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଉଭୟ ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡ଼ିଛି।
Dharitri – Odisha’s No.1 Odia Daily