ଶିକୁଳା ଗାଁର ପିଛା ଛାଡୁନି ହିଂସାକାଣ୍ଡ, ଦୁଇ ଦୋକାନ ଜାଳିଦେଲେ ଦୁର୍ବୃତ୍ତ

ପୁରୁଷୋତ୍ତମପୁର,୧ା୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ହିଂସାକାଣ୍ଡ ପିଛା ଛାଡୁନି। ଗାଁରେ ଗୋଟିଏ ପରେ ଗୋଟିଏ ହିଂସାକାଣ୍ଡ ଘଟିବାରେ ଲାଗିଛି। ଏହି ହିଂସାକାଣ୍ଡ ଘଟଣାମାନ ପୋଲିସ ଲାଗି ଏକପ୍ରକାର ଚ୍ୟାଲେଞ୍ଜ ପାଲଟିଛି। ଗତ ମାର୍ଚ୍ଚ ମାସରେ ପୂର୍ବତନ ସରପଞ୍ଚଙ୍କ ଦେଢ଼ଶୁରଙ୍କୁ ବିଚ୍‌ ରାସ୍ତାରେ ହାଣି ହତ୍ୟା କରାଯାଇଥିବାବେଳେ  ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହାଣି ମରଣାନ୍ତକ ଆକ୍ରମଣ କରିବାର ମାସଟିଏ ବିତି ନ ଥିବାବେଳେ ପୁଣି ଶନିବାର ରାତିରେ ଦୁଇଟି ଦୋକାନକୁ ନିଆଁ ଲଗାଇ ଜାଳିଦେବା ଘଟଣା ଗ୍ରାମରେ ବିବାଦୀୟ ପରିସ୍ଥିତି ଦେଖାଦେଇଛି। ଏଥିନେଇ ରବିବାର କ୍ଷତିଗ୍ରସ୍ତ ଦୋକାନୀ ଦ୍ବୟ ପୋଲିସରେ ଅଭିଯୋଗ କରିଛନ୍ତି। ଏହି ଅଭିଯୋଗକୁ ନେଇ ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ ଚଳାଇଛି। ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ମନୋଜ ଡାକୁଆ ନାମକ ଯୁବକ ଏକ କ୍ୟାବିନ୍‌ରେ ପାନ ଦୋକାନ କରି ପରିବାର ପୋଷଣ କରୁଥିଲେ। ସବୁଦିନ ଭଳି ସେ ଦୋକାନ ବନ୍ଦ କରି ଘରକୁ ଚାଲିଯାଇଥିବାବେଳେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦୋକାନଟିକୁ ଜାଳିଦେଇଛନ୍ତି। ଫଳରେ ଏଥିରେ ଥିବା ଫ୍ରିଜ୍‌ ଓ ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡ଼ି ନଷ୍ଟ ହୋଇଯାଇଛି।

ସେହିପରି ହାଇସ୍କୁଲ ନିକଟରେ ଜଳଖିଆ ଦୋକାନ କରିଥିବା କୃଷ୍ଣ ସାହୁଙ୍କ ଦୋକାନକୁ ମଧ୍ୟ ଜାଳି ଦୁର୍ବୃତ୍ତ ଦେଇଛନ୍ତି। ଫଳରେ ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ଏହାକୁ ନେଇ ଲୋକେ ପୁରୁଷୋତ୍ତମପୁର ଦମକଳବାହିନୀକୁ ଖବର ଦେବାରୁ ଦମକଳବାହିନୀ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri