ଶିକୁଳା ଗାଁର ପିଛା ଛାଡୁନି ହିଂସାକାଣ୍ଡ, ଦୁଇ ଦୋକାନ ଜାଳିଦେଲେ ଦୁର୍ବୃତ୍ତ

ପୁରୁଷୋତ୍ତମପୁର,୧ା୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ହିଂସାକାଣ୍ଡ ପିଛା ଛାଡୁନି। ଗାଁରେ ଗୋଟିଏ ପରେ ଗୋଟିଏ ହିଂସାକାଣ୍ଡ ଘଟିବାରେ ଲାଗିଛି। ଏହି ହିଂସାକାଣ୍ଡ ଘଟଣାମାନ ପୋଲିସ ଲାଗି ଏକପ୍ରକାର ଚ୍ୟାଲେଞ୍ଜ ପାଲଟିଛି। ଗତ ମାର୍ଚ୍ଚ ମାସରେ ପୂର୍ବତନ ସରପଞ୍ଚଙ୍କ ଦେଢ଼ଶୁରଙ୍କୁ ବିଚ୍‌ ରାସ୍ତାରେ ହାଣି ହତ୍ୟା କରାଯାଇଥିବାବେଳେ  ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହାଣି ମରଣାନ୍ତକ ଆକ୍ରମଣ କରିବାର ମାସଟିଏ ବିତି ନ ଥିବାବେଳେ ପୁଣି ଶନିବାର ରାତିରେ ଦୁଇଟି ଦୋକାନକୁ ନିଆଁ ଲଗାଇ ଜାଳିଦେବା ଘଟଣା ଗ୍ରାମରେ ବିବାଦୀୟ ପରିସ୍ଥିତି ଦେଖାଦେଇଛି। ଏଥିନେଇ ରବିବାର କ୍ଷତିଗ୍ରସ୍ତ ଦୋକାନୀ ଦ୍ବୟ ପୋଲିସରେ ଅଭିଯୋଗ କରିଛନ୍ତି। ଏହି ଅଭିଯୋଗକୁ ନେଇ ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ ଚଳାଇଛି। ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ମନୋଜ ଡାକୁଆ ନାମକ ଯୁବକ ଏକ କ୍ୟାବିନ୍‌ରେ ପାନ ଦୋକାନ କରି ପରିବାର ପୋଷଣ କରୁଥିଲେ। ସବୁଦିନ ଭଳି ସେ ଦୋକାନ ବନ୍ଦ କରି ଘରକୁ ଚାଲିଯାଇଥିବାବେଳେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦୋକାନଟିକୁ ଜାଳିଦେଇଛନ୍ତି। ଫଳରେ ଏଥିରେ ଥିବା ଫ୍ରିଜ୍‌ ଓ ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡ଼ି ନଷ୍ଟ ହୋଇଯାଇଛି।

ସେହିପରି ହାଇସ୍କୁଲ ନିକଟରେ ଜଳଖିଆ ଦୋକାନ କରିଥିବା କୃଷ୍ଣ ସାହୁଙ୍କ ଦୋକାନକୁ ମଧ୍ୟ ଜାଳି ଦୁର୍ବୃତ୍ତ ଦେଇଛନ୍ତି। ଫଳରେ ଦୋକାନରେ ଥିବା ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ଏହାକୁ ନେଇ ଲୋକେ ପୁରୁଷୋତ୍ତମପୁର ଦମକଳବାହିନୀକୁ ଖବର ଦେବାରୁ ଦମକଳବାହିନୀ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri