ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ: ତାରାତାରିଣୀଙ୍କ ପୀଠରେ ଲକ୍ଷାଧିକ ଭକ୍ତ ସମାଗମ

ପୁରୁଷୋତ୍ତମପୁର,୨।୪(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତ ସମାଗମ ହୋଇଛନ୍ତି। ପାହାଡ ଚତୁଃପାର୍ଶ୍ୱ ଲୋକାରଣ୍ୟ ହୋଇପଡିଛି। ଏହି ପାଳିରେ ରାତ୍ର ୧.୨୫ ରୁ ମନ୍ଦିର ଦ୍ୱାର ଫିଟା ଯାଇ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମାଜଣା, ସିଙ୍ଗାର, ଅଭିଷେକ ଆଦି ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ମା’ ତାରାତାରିଣୀ ଦୁଇ ଭଉଣୀଙ୍କୁ ମହାଲକ୍ଷ୍ମୀ ବେଶରେ ସଜ୍ଜିତ କରାଯାଇଥିଲା। ଭୋର ୪.୩୦ରେ ସାହାଣମେଲା ହୋଇ ମା’ ତାରାତାରିଣୀ ମହାଲକ୍ଷ୍ନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏହା ସହ ରାତ୍ର ୩ ଟାରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା।
ପୁରୁଷୋତ୍ତମପୁର ଏସଡିପିଓ ରଜନିକାନ୍ତ ସାମଲ, ଦେବୋତ୍ତର ବିଭାଗୀୟ ଛତ୍ରପୁର ସର୍କଲ ବିଭାଗୀୟ ଇନ୍ସପେକ୍ଟର ପୁଷ୍ପିତା ବେହେରା, ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡି ଓ ପ୍ରଶାନିକ ଅଧିକାରୀମାନେ ଉପସ୍ଥିତ ରହି ଯାତ୍ରା ପରିଚାଳନା କରିବାରେ ଲାଗିଥିବାବେଳେ ସେବାୟତ ସଂଘ ସଭାପତି ତପନ କୁମାର ରଣା, ସେବାୟତ ବାପୁଜୀ ରଣା, ଧ୍ରୁବ ରଣଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନା କରିବାରେ ଲାଗିଛନ୍ତି। ଏହି ପାଳିରେ ଲକ୍ଷାଧିକ ଭକ୍ତଙ୍କ ଭିଡ ଜମିଛି। ମାନସିକଧାରୀ ଭକ୍ତମାନେ ପାହାଡ଼ ପାଦଦେଶରେ ମୁଣ୍ଡନ ଶାଳାରେ ନିଜ ନିଜର ଶିଶୁଙ୍କ ମୁଣ୍ଡନ କରାଇ ୯୯୯ ପାହାଛ ଚଢି ପାହାଡ଼ ଉପରକୁ ଯିବା ସହ ବସ ଓ ରୋପ ୱେ ମାଧ୍ୟମରେ ମଧ୍ୟ ପାହାଡ ଉପରକୁ ଯାଇ ମା’ଙ୍କ ଦର୍ଶନ କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?