ଖେଳବେଳେ ଅଘଟଣ, କୂଅରେ ପଡ଼ି ଦୁଇ ଭଉଣୀ ମୃତ

ଅମରପାଲି,୫।୪(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରରେ ମଙ୍ଗଳବାର ଖେଳୁଥିବା ବେଳେ କୂଅରେ ପଡି ଦୁଇ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦେଢବର୍ଷର ସିଦ୍ଧିଶ୍ରୀ ଶତପଥୀ ଏବଂ ତିନିବର୍ଷର ଦିଶା ମିଶ୍ର। ମୃତା ଶିଶୁକନ୍ୟା ସମ୍ପର୍କରେ ମାମୁ ଝିଅ ଓ ପିଉସୀ ଝିଅ ଭଉଣୀ। ଦିଶା କମିରା ସ୍କୁଲରେ କାର୍ଯ୍ୟରତ ଶିକ୍ଷକ ଆଲୋକ ମିଶ୍ରଙ୍କ ଏକ ମାତ୍ର ଝିଅ ଏବଂ ସିଦ୍ଧିଶ୍ରୀ ବୀରମହାରାଜପୁର ଡାକ୍ତରଖାନରେ କାର୍ଯ୍ୟରତ ମହିଳା ସ୍ବାସ୍ଥ୍ୟକର୍ମୀ ଅଳକା ମିଶ୍ରଙ୍କ ଏକମାତ୍ର ଝିଅ।
ମିଳିଥିବା ସୂଚନା ଅନୁସାରେ, ମଙ୍ଗଳବାର ସାରେ ଉଭୟେ ନିଜ ଘର ପଛପଟେ ଖେଳୁଥିବା ବେଳେ ମୁକୁଳା କୂଅରେ ପଡିଯାଇଥିଲେ। ଦୀର୍ଘ ସମୟ ଧରି ଉଭୟଙ୍କୁ ନ ପାଇ ପରିବାର ଲୋକେ ଖୋଜାଖୋଜି କରିଥିଲେ। ଶେଷରେ ଦୁଇଶିଶୁ କୂଅରେ ପଡିଥିବା ଦେଖି ସ୍ଥାନୀୟ ଦମକଳ ବାହିନୀ ସହାୟତାରେ ଉଦ୍ଧାର ପରେ ପ୍ରଥମେ ବୀରମହାରାଜପୁର ଡାକ୍ତରଖାନା ନିଆଯାଇଥିଲା। ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ ସୋନପୁର ଜିଲା ଡାକ୍ତରଖାନାକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ସୂଚନାମତେ ଅଳକା ସମ୍ବଲପୁରର ସଂଗ୍ରାମ କେଶରୀ ଶତପଥୀଙ୍କୁ ବିବାହ କରିଥିଲେ। ହେଲେ ବୀରମହାରାଜପୁର ଡାକ୍ତରଖାନାରେ ମହିଳା ସ୍ବାସ୍ଥ୍ୟକର୍ମୀ ଭାବେ କାର୍ଯ୍ୟ କରୁଥିବାରୁ ବାପା କଲ୍ଲୋଳ ମିଶ୍ରଙ୍କ ଘରେ ରହୁଥିଲେ। ଅଳକା ଓ ତାଙ୍କ ବଡ଼ବାପା ପୁଅ ଶିକ୍ଷକ ଆଲୋକ ଘର ପାଖାପାଖି ହୋଇଥିବା ବେଳେ ଉଭୟ ଶିଶୁକନ୍ୟା ପ୍ରାୟତଃ ଏକାଠି ଖେଳାଖେଳି କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri