ପୋଖରୀରେ ବୁଡ଼ି ୨ ଭଉଣୀ ମୃତ

ଖଲ୍ଲିକୋଟ,୨୧ା୧୦(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତୁଳସୀପୁର ଗ୍ରାମ ନିକଟ ପୋଖରୀରେ ବୁଡ଼ି ବୁଧବାର ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଉକ୍ତ ଗ୍ରାମର ସୁରେଶ ପାହାନଙ୍କ ଦୁଇ ଝିଅ ଖୁସି (୧୦) ଓ ପୂଜା (୮)। ଖୁସି ପଞ୍ଚମ ଶ୍ରେଣୀ ଓ ପୂଜା ଚତୁର୍ଥ ଶ୍ରେଣୀ ଛାତ୍ରୀ ଥିଲେ। ପୂର୍ବାହ୍ନରେ ଦୁଇ ଭଉଣୀ ଗ୍ରାମ ନିକଟ ଲକ୍ଷ୍ମୀସାଗର ପୋଖରୀକୁ ଗାଧୋଇ ଯାଇଥିଲେ। ଅସାବଧାନତାରୁ ଉଭୟେ ବୁଡ଼ି ଯାଇଥିଲେ। ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ସେମାନଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ପରେ ଗାଁ ଲୋକେ ଦୁଇ ଭଉଣୀଙ୍କୁ ପୋଖରୀରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଖୁସି ଓ ପୂଜାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏ ନେଇ ଖଲ୍ଲିକୋଟ ଥାନାରେ ନଂ.୧୭/୨୦ରେ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri