ଖେଳୁ ଖେଳୁ ବୁଡ଼ି ଗଲେ ଦୁଇ ଭଉଣୀ

କେନ୍ଦୁଝର, ୧୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଜଗମୋହନପୁର ଗ୍ରାମ ମଣ୍ଡା ସାହିରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ଦୁଇ ଭଉଣୀ ଖେଳୁଥିବା ବେଳେ ଅସାବଧାନତାବଶତଃ ପୋଖରୀରେ ପଡ଼ିଯିବାରୁ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଯୋଗୀ ମୁଣ୍ଡାଙ୍କ ୩ ବର୍ଷର ଝିଅ ସୁଇଟି ଏବଂ ସୁଶୀଲ ମୁଣ୍ଡାଙ୍କ ୪ ବର୍ଷର ଝିଅ ପରୀ। ଉଭୟ ସମ୍ପର୍କରେ ବଡବାପା ଝିଅ, ଦାଦା ଝିଅ ଭଉଣୀ ବୋଲି ଜଣାପଡିଛି।
ମିଳିଥିବା ସୂଚନା ମୁତାବକ, ଯୋଗୀ ମୁଣ୍ଡା ନିକଟସ୍ଥ ବିଞ୍ଜବହାଳ ଗ୍ରାମକୁ ଗୋରୁ ଚରାଇବାକୁ ଯାଇଥିବା ବେଳେ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ଖାଇବା ନେଇ ସ୍ବାମୀଙ୍କ ପାଖକୁ ଯାଇଥିଲେ। ଅନ୍ୟପଟେ ସୁଶୀଲ ଓ ତାଙ୍କ ସ୍ତ୍ରୀ ରାଇବାରୀ ମଜୁରି ଲାଗିବାକୁ ଯାଇଥିଲେ। ଘରେ ଦୁଇ ଝିଅ ଓ ତାଙ୍କର ୫ବର୍ଷର ଭାଇ ରାହୁଲ ଥିଲେ। ସୁଇଟି ଓ ପରୀ ଖେଳିବାକୁ ପୋଖରୀ ଆଡେ ଚାଲି ଯାଇଥିଲେ। କିଛି ସମୟ ପରେ ରାହୁଲ ୨ଭଉଣୀଙ୍କୁ ଖୋଜିଖୋଜି ପୋଖରୀ ନିକଟରେ ପହଞ୍ଚିଥିଲେ। ପାଣିରେ ଦୁଇ ଭଉଣୀ ପଡ଼ିଥିବା ଦେଖି ରାହୁଲ ସୁଇଟିକୁ ପାଣିରୁ ଉଠାଇ ବାହାରକୁ ଆଣିଥିଲେ। ହେଲେ ପରୀକୁ ଉଠାଇବାକୁ ଚେଷ୍ଟା କରି ଆଣି ପାରି ନ ଥିଲେ। ପରେ ପରିବାର ଲୋକେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସ ଯୋଗେ ତେଲକୋଇ ମେଡିକାଲରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ତେଲକୋଇ ପୋଲିସ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରିଛି। ଏହି ଘଟଣା ପରେ ସାହିରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri