ଖେଳୁ ଖେଳୁ ବୁଡ଼ି ଗଲେ ଦୁଇ ଭଉଣୀ

କେନ୍ଦୁଝର, ୧୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଜଗମୋହନପୁର ଗ୍ରାମ ମଣ୍ଡା ସାହିରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ଦୁଇ ଭଉଣୀ ଖେଳୁଥିବା ବେଳେ ଅସାବଧାନତାବଶତଃ ପୋଖରୀରେ ପଡ଼ିଯିବାରୁ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଯୋଗୀ ମୁଣ୍ଡାଙ୍କ ୩ ବର୍ଷର ଝିଅ ସୁଇଟି ଏବଂ ସୁଶୀଲ ମୁଣ୍ଡାଙ୍କ ୪ ବର୍ଷର ଝିଅ ପରୀ। ଉଭୟ ସମ୍ପର୍କରେ ବଡବାପା ଝିଅ, ଦାଦା ଝିଅ ଭଉଣୀ ବୋଲି ଜଣାପଡିଛି।
ମିଳିଥିବା ସୂଚନା ମୁତାବକ, ଯୋଗୀ ମୁଣ୍ଡା ନିକଟସ୍ଥ ବିଞ୍ଜବହାଳ ଗ୍ରାମକୁ ଗୋରୁ ଚରାଇବାକୁ ଯାଇଥିବା ବେଳେ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ଖାଇବା ନେଇ ସ୍ବାମୀଙ୍କ ପାଖକୁ ଯାଇଥିଲେ। ଅନ୍ୟପଟେ ସୁଶୀଲ ଓ ତାଙ୍କ ସ୍ତ୍ରୀ ରାଇବାରୀ ମଜୁରି ଲାଗିବାକୁ ଯାଇଥିଲେ। ଘରେ ଦୁଇ ଝିଅ ଓ ତାଙ୍କର ୫ବର୍ଷର ଭାଇ ରାହୁଲ ଥିଲେ। ସୁଇଟି ଓ ପରୀ ଖେଳିବାକୁ ପୋଖରୀ ଆଡେ ଚାଲି ଯାଇଥିଲେ। କିଛି ସମୟ ପରେ ରାହୁଲ ୨ଭଉଣୀଙ୍କୁ ଖୋଜିଖୋଜି ପୋଖରୀ ନିକଟରେ ପହଞ୍ଚିଥିଲେ। ପାଣିରେ ଦୁଇ ଭଉଣୀ ପଡ଼ିଥିବା ଦେଖି ରାହୁଲ ସୁଇଟିକୁ ପାଣିରୁ ଉଠାଇ ବାହାରକୁ ଆଣିଥିଲେ। ହେଲେ ପରୀକୁ ଉଠାଇବାକୁ ଚେଷ୍ଟା କରି ଆଣି ପାରି ନ ଥିଲେ। ପରେ ପରିବାର ଲୋକେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସ ଯୋଗେ ତେଲକୋଇ ମେଡିକାଲରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ତେଲକୋଇ ପୋଲିସ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରିଛି। ଏହି ଘଟଣା ପରେ ସାହିରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri