ଜାତୀୟ ମାଷ୍ଟର ଗେମ୍ସ: ବରଗଡ଼ର ୨ ଭଉଣୀଙ୍କୁ ସ୍ବର୍ଣ୍ଣପଦକ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ) : ସପ୍ତମ ଜାତୀୟ ମାଷ୍ଟର ଗେମ୍ସରେ ବରଗଡ଼ ସହରର ୨ଭଉଣୀ ଅନୁପମା ଘିବିଲା ଏବଂ ଅରୁଣା ଘିବିଲା ସଫଳତା ହାସଲ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ରାଉରକେଲା ବିର୍ସାମୁଣ୍ଡା ଆଥେଲିକ ଷ୍ଟାଡିୟମରେ ଜେନେରାଲ ସେକ୍ରାଟାରୀ ମାଷ୍ଟର ଗେମ୍‌ ଫାଉନଡେଶନ ଆନୁକୁଲ୍ୟରେ ସାରାଦେଶରୁ ୩୦୦୦ରୁ ଅଧିକ ଖେଳାଳି ଅଂଶଗ୍ରହଣ କରିଥିଲେ। ଆନ୍ତର୍ଜାତୀୟ କୋଚ ଶିବ ପ୍ରସାଦ ମିଶ୍ରଙ୍କ ତତ୍ତ୍ବାବଧାନରେ ବରଗଡ଼ର ଅନୁପମା ଘିବିଲା ଓଡ଼ିଶା ପାଇଁ ପ୍ରତିନିଧି କରି ଟ୍ରିପଲ ଜମ୍ପରେ ସ୍ବର୍ଣ୍ଣ ପଦକ, ହାଇ ଜମ୍ପରେ ସ୍ବର୍ଣ୍ଣ ପଦକ ତଥା ୧୦୦ ମିଟର ହର୍ଡଲ ରେସରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେହିପରି ଭଉଣୀ ଅରୁଣା ଟ୍ରିପଲ ଜମ୍ପରେ ସ୍ବର୍ଣ୍ଣ , ୪୦୦ ଓ ୧୦୦ ମିଟର ରେସରେ ସ୍ବର୍ଣ୍ଣ,ହାଇ ଜମ୍ପରେ ସ୍ବର୍ଣ୍ଣ ଏବଂ ଲଙ୍ଗଜମ୍ପରେ ରୋପ୍ୟ ପଦକ ଜିତି ଓଡ଼ିଶା ତଥା ବରଗଡ଼କୁ ଗୋରବାନ୍ବିତ କରିଛନ୍ତି । ଏଥିପାଇଁ ଉଭୟଙ୍କୁ ବରଗଡ଼ର ବିଭିନ୍ନ ସଂଗଠନ ପକ୍ଷରୁ ଶୁଭେଚ୍ଛାର ବାର୍ତ୍ତା ଛୁଟୁଥିବା ବେଳେ ଅନେକ ସଂଗଠନ ସେମାନଙ୍କୁଙ୍କୁ ସମ୍ବର୍ଦ୍ଧିତ କରିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri