ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୧୯ା୧୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଲକ କୀର୍ତ୍ତିପୁର ଗ୍ରାମରେ ରବିବାର ପୋଖରୀରେ ବୁଡ଼ି ୨ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ନାବାଳିକା କବିସୂର୍ଯ୍ୟନଗର ଥାନା ଜରଡ଼ ଗ୍ରାମର ଅବକାଶ ରାଉତଙ୍କ କନ୍ୟା ରୋଷନୀ (୧୦) ଓ ସନ୍ଧ୍ୟାରାଣୀ (୭)।

ପ୍ରକାଶ ଯେ, ଜରଡ ଗ୍ରାମର ଅବକାଶ ରାଉତଙ୍କ ପାରିବାରିକ କଳହ ଯୋଗୁ ସ୍ତ୍ରୀ ଓ ନାବାଳିକା ୨ ଝିଅ ଦୀର୍ଘ ଦିନ ଧରି ଅଜାଙ୍କ ଘର କୀର୍ତ୍ତିପୁର ଗ୍ରାମରେ ରହି ଆସୁଥିଲେ। ରବିବାର ୨ ଭଉଣୀ ଗାଧୋଇବା ପାଇଁ ଅଜା ନାର୍ସୁ ପୋଲାଇଙ୍କ ସହ ଗ୍ରାମ ପୋଖରୀକୁ ଆସିଥିଲେ। ୨ ଭଉଣୀଙ୍କୁ ଗାଧୋଇବା ପରେ ପୋଖରୀ କୂଳରେ ଛିଡ଼ା କରି ଅଜା ପୋଷାକ ସଫା କରିବା ପାଇଁ ପୋଖରୀକୁ ଯାଇଥିଲେ। ଏହି ସମୟରେ ସମସ୍ତଙ୍କ ଅଲକ୍ଷରେ ୨ ଭଉଣୀ ଗାଧୋଇବା ପାଇଁ ପୁଣି ପୋଖରୀ ଭିତରକୁ ଯାଇ ପାଣିରେ ବୁଡ଼ି ଯାଇଥିଲେ। ପୋଖରୀ ନିକଟରେ ୨ ନାତୁଣୀ ନ ଥିବା ଦେଖି ଘରକୁ ଫେରିଥିଲେ ଅଜା। ଘରକୁ ଫେରିବା ପରେ ଘରେ ୨ ନାତୁଣୀଙ୍କୁ ନ ଦେଖି ଗ୍ରାମବାସୀଙ୍କ ସହାୟତାରେ ପୋଖରୀରେ ଖୋଜାଖୋଜି କରିଥିଲେ। ପୋଖରୀ ଭିତରୁ ଗ୍ରାମବାସୀ ୨ ଭଉଣୀଙ୍କ ମୃତଦେହକୁ ଉଦ୍ଧାର କରିଥିଲେ। ଖବର ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨ ଭଉଣୀଙ୍କ ମୃତଦେହକୁ ଜବତ କରିଛି। ଏ ନେଇ ହିଞ୍ଜିଳି ଥାନାରେ କେସ୍‌ ନମ୍ବର ୩୨/୨୩ ଓ ୩୩/୨୩ରେ ୨ଟି ପୃଥକ୍‌ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri