ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦୁଇ ଭଉଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତିନି ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ପରିବାରର ଦୁଇ ଭଉଣୀ ଏକା ସାଙ୍ଗେ ନିଟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ଖବର ଜଣାପଡ଼ିବା ପରେ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି। ସେମାନେ ହେଲେ ରେଗଡ଼ା ଗ୍ରାମର ପିତା ଜୟଦ୍ରଥ କମ୍ପ ଓ ମାତା ରମ୍ଭାବତି କମ୍ପଙ୍କ ଦୁଇ ଝିଅ ପ୍ରେମଲତା କମ୍ପ ୬୧୩ ମାର୍କ ଓ ପୁଷ୍ପଲତା କମ୍ପ ୫୭୭ ମାର୍କ ରଖି ସର୍ବଭାରତୀୟ ନିଟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଉଭୟ ଭଉଣୀ ପୂର୍ବରୁ ଓଡିଶା ଆଦର୍ଶ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଜିଲା ଟପର ହୋଇଥିଲେ। ଠିକ ସେହପରି ସ. ମାଲପଡା ପଞ୍ଚାୟତର ବାଗ ବୁରେଇ ଗ୍ରାମର ଡ୍ରାଇଭର କୈଳାସ ଚନ୍ଦ୍ର ସାହୁ ଓ ସସ୍ମିତା ସାହୁଙ୍କ ପୁତ୍ର ଚୈତନ୍ୟ ସାହୁ ନିଟ ପରୀକ୍ଷାରେ ୬୦୨ ମାର୍କ ରଖି ଅଞ୍ଚଳ ପାଇଁ ଗର୍ବ ଆଣିଛନ୍ତି ।ଚୈତନ୍ୟଙ୍କ ଏହି ସଫଳତା ପାଇଁ ପରିବାର, ଗ୍ରାମବାସୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ବିଭିନ୍ନ ମହଳରୁ ତାଙ୍କୁ ଅଭିନନ୍ଦନ ଓ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଯାଇଛି। ପ୍ରକାଶଥାଉ କି ଉତ୍ତୀର୍ଣ୍ଣ ହୋଇଥିବା ତିନି ଛାତ୍ରୀଛାତ୍ର ଚାଷୀ ପରିବାରର ହୋଇଥିବାବେଳେ ସେମାନଙ୍କ ପରିଶ୍ରମ ଓ ନିଷ୍ଠା ହେତୁ ସଫଳତା ପାଇଥିବାରୁ ଅଞ୍ଚଳବାସୀ ସାଧୁବାଦ ଜଣାଇଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଏକାଠି ହେଲେ ଓଡ଼ିଶା ଡ୍ରାଇଭର ମହାସଂଘ: ଉତ୍ସାହର ସହ…

ଥୁଆମୂଳ ରାମପୁର,୨।୯(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟର ୩୦ଟି ଜିଲା ଓ ୩୧୪ଟି ବ୍ଲକରେ ଓଡ଼ିଶା ଡ୍ରାଇଭର ମହାସଂଘ ସକ୍ରିୟ ଭାବେ କାର୍ଯ୍ୟ କରୁଥିବା ବେଳେ ୨୦୨୧ ମସିହାରେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri