ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୨ ଦିବ୍ୟାଙ୍ଗ ଯୋଡ଼ିଙ୍କ ବିବାହ ସମ୍ପନ୍ନ ହୋଇଥିଲା। ସ୍ବପ୍ନା ସାହୁ ଓ ରାଜକୁମାର ସାହୁ ଏବଂ ସବିତା ସିଂ ଓ ପ୍ରଦୀପ କୁମାର ପଣ୍ଡା ପରସ୍ପର ଜୀବନସାଥୀ ହୋଇଥିଲେ। ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ନବଦମ୍ପତିଙ୍କୁ ଶୁଭେଚ୍ଛା, ଅଭିନନ୍ଦନ ଜଣାଇଥିଲେ। ଏହା ସହିତ ବିଭିନ୍ନ ଉପହାର ଦେଇଥିଲେ। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନର ସଭାପତି ଶ୍ୟାମସୁନ୍ଦର ଅଗ୍ରୱାଲ ଏଥିରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ନବଦମ୍ପତିଙ୍କୁ ସେ ଶୁଭେଚ୍ଛା ଜଣାଇବା ସହିତ ଯେଉଁ ଦିବ୍ୟାଙ୍ଗମାନେ ବିବାହ କରିବାକୁ ଚାହୁଁଛନ୍ତି, ସେମାନେ ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ସହିତ ସମ୍ପର୍କ ତଥା ଯୋଗାଯୋଗ ରଖିଲେ ବିବାହ କାର୍ଯ୍ୟ ସମ୍ପନ୍ନ ଦିଗରେ ବିହିତ ପଦକ୍ଷେପ ନିଆଯିବ ବୋଲି ଅଗ୍ରୱାଲ କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri