ବନ୍ଦର ଆଧୁନିକୀକରଣ ପାଇଁ ୨ ପଦକ୍ଷେପ

ପାରାଦୀପ,୨୩।୧୦(ସ୍ବ.ପ୍ର.): ଦେଶର ବୃହତ ବନ୍ଦର କ୍ଷେତ୍ରରେ ଆଧୁନିକୀକରଣ ପାଇଁ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଗତ ସପ୍ତାହ ମଧ୍ୟରେ ଦୁଇଟି ପଦକ୍ଷେପ ନେଇଛନ୍ତି। ତାହା ହେଲା ଭିଟିଏସ୍‌(ଭେସେଲ ଟ୍ରାଫିକ ମନିଟରିଂ) ଏବଂ ଭିଟିଏମ୍‌ଏସ୍‌(ଭେସେଲ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ)। ଏହାକୁ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରୀ ମନସୁଖ ଲାଲ ମାଣ୍ଡଭିୟେ ସ୍ବୀକୃତି ଦେଇଛନ୍ତି। ଭିଟିଏସ୍‌ ବୈଷୟିକ ଜ୍ଞାନକୌଶଳ ନିମନ୍ତେ ୧୦ କୋଟି ଟଙ୍କା ଆଇଆଇଟି ଚେନ୍ନାଇକୁ ଦିଆଯାଇଛି। ସେମାନେ ଭିଟିଏସ୍‌କୁ ସ୍ବଦେଶୀ ଜ୍ଞାନ କୌଶଳରେ ଆପଣାଇବେ। ଏହି ବ୍ୟବସ୍ଥାରେ ସ୍ବତନ୍ତ୍ର ଆପ୍‌ ଜରିଆରେ ସମୁଦ୍ରରେ ଯାତାୟାତ କରୁଥିବା ଜାହାଜ ସମ୍ପର୍କରେ ଜାଣିହେବ। ଟ୍ରାଫିକ ନିୟନ୍ତ୍ରଣ ହେବ, ସମୁଦ୍ରରେ ବିପଦରେ ଥିବା ଜାହାଜ ସମ୍ପର୍କରେ ତୁରନ୍ତ ପଦକ୍ଷେପ ନିଆଯାଇ ପାରିବ ଓ ପାଣିପାଗ ସମ୍ପର୍କରେ ଆଗୁଆ ସୂଚନା ଆଦି ବ୍ୟବସ୍ଥା ରହିଛି। ଏହାକୁ ଭିଟିଏମ୍‌ଏସ୍‌ ଜରିଆରେ ପରିଚାଳନା କରାଯିବ। ଉକ୍ତ ବ୍ୟବସ୍ଥାକୁ ଆଇଏମଓ (ଇଣ୍ଟରନ୍ୟାଶନାଲ ମେରିଟାଇମ ଅର୍ଗାନାଇଜେଶନ)ମଧ୍ୟ ସ୍ବୀକୃତି ଦେଇଛି। ଏହା ଜାହାଜ ଚଳାଚଳ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ହେବ ବୋଲି ମନ୍ତ୍ରୀ ଦର୍ଶାଇଛନ୍ତି। ସେହିପରି ଗୁଜରାଟ ଗାନ୍ଧୀ ନଗରଠାରେ ଗତ ୧୩ ତାରିଖରେ ଜାହାଜ ମରାମତି କେନ୍ଦ୍ର କରାଯାଇଛି। ଏହାକୁ ସରକାର ରିସାଇକ୍ଲେନିଂ ଶିପ ଆକ୍ଟ ୨୦୧୯ କରିଛନ୍ତି। ପୁରୁଣା ଜାହାଜ ଗୁଡିକରେ ଥିବା ଲୁହା ଉନ୍ନତ ମାନର। ସେହି ଲୁହାକୁ ସଂରକ୍ଷଣ କରି ପୁନଃ ବ୍ୟବହାର କରିବା ପାଇଁ ବିଭିନ୍ନ ପଦକ୍ଷେପ ସରକାର ନେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri