ଦୁର୍ଘଟଣାରେ ୨ ପରୀକ୍ଷାର୍ଥୀଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲାର ପୃଥକ୍‌ ସ୍ଥାନରେ ରବିବାର ସଡ଼କ ଦୁର୍ଘଟଣାରେ ୨ପରୀକ୍ଷାର୍ଥୀଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଟାଉନ ଥାନା ଅଧୀନ ରାମଚନ୍ଦ୍ରପୁର ନିକଟରେ ତେଲ ବୋଝେଇ ଟ୍ୟାଙ୍କର ଏକ ବାଇକ୍‌କୁ ଧକ୍କା ଦେବାରୁ ପରୀକ୍ଷା ଦେବାକୁ ଆସୁଥିବା ୨ଜଣ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ହରିଚନ୍ଦନପୁର କମଳାଙ୍ଗି ଗ୍ରାମର ସଞ୍ଜୟ କୁମାର ମହାନ୍ତ(୩୨) ଓ ହୃଦାନନ୍ଦ ମହାନ୍ତ(୩୧)।
ଦୁଇ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ବାଇକ୍‌ରେ ଡିଏନ ହାଇସ୍କୁଲ କେନ୍ଦ୍ରକୁ ଯାଉଥିଲେ। ପାରାଦୀପ ଯାଉଥିବା ଏକ ଟ୍ୟାଙ୍କର ରାମଚନ୍ଦ୍ରପୁର ନିକଟରେ ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ସଞ୍ଜୟ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ହୃଦାନନ୍ଦଙ୍କ ମୃତ୍ୟୁ ହୋଇଥିଲା। ପଣ୍ଡାପଡା ଥାନା ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ୟାଙ୍କରକୁ ଜବତ କରିବା ସହ ଡ୍ରାଇଭର ଓ ହେଲ୍‌ପରଙ୍କୁ ଅଟକ ରଖିଛି। ସେହିପରି ହରିଚନ୍ଦନପୁର ଥାନା ଅନ୍ତର୍ଗତ ତାଳଡିହି ଗ୍ରାମ ନିକଟ ଶରତସାହିଠାରେ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭୁବନେଶ୍ୱରର ନନ୍ଦ ଗୋପାଳ ପଣ୍ଡା। ଗୁରୁତର ଅବସ୍ଥାରେ କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri