ଦୁର୍ଘଟଣାରେ ୨ ପରୀକ୍ଷାର୍ଥୀଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲାର ପୃଥକ୍‌ ସ୍ଥାନରେ ରବିବାର ସଡ଼କ ଦୁର୍ଘଟଣାରେ ୨ପରୀକ୍ଷାର୍ଥୀଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଟାଉନ ଥାନା ଅଧୀନ ରାମଚନ୍ଦ୍ରପୁର ନିକଟରେ ତେଲ ବୋଝେଇ ଟ୍ୟାଙ୍କର ଏକ ବାଇକ୍‌କୁ ଧକ୍କା ଦେବାରୁ ପରୀକ୍ଷା ଦେବାକୁ ଆସୁଥିବା ୨ଜଣ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ହରିଚନ୍ଦନପୁର କମଳାଙ୍ଗି ଗ୍ରାମର ସଞ୍ଜୟ କୁମାର ମହାନ୍ତ(୩୨) ଓ ହୃଦାନନ୍ଦ ମହାନ୍ତ(୩୧)।
ଦୁଇ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ବାଇକ୍‌ରେ ଡିଏନ ହାଇସ୍କୁଲ କେନ୍ଦ୍ରକୁ ଯାଉଥିଲେ। ପାରାଦୀପ ଯାଉଥିବା ଏକ ଟ୍ୟାଙ୍କର ରାମଚନ୍ଦ୍ରପୁର ନିକଟରେ ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ସଞ୍ଜୟ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ହୃଦାନନ୍ଦଙ୍କ ମୃତ୍ୟୁ ହୋଇଥିଲା। ପଣ୍ଡାପଡା ଥାନା ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ୟାଙ୍କରକୁ ଜବତ କରିବା ସହ ଡ୍ରାଇଭର ଓ ହେଲ୍‌ପରଙ୍କୁ ଅଟକ ରଖିଛି। ସେହିପରି ହରିଚନ୍ଦନପୁର ଥାନା ଅନ୍ତର୍ଗତ ତାଳଡିହି ଗ୍ରାମ ନିକଟ ଶରତସାହିଠାରେ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭୁବନେଶ୍ୱରର ନନ୍ଦ ଗୋପାଳ ପଣ୍ଡା। ଗୁରୁତର ଅବସ୍ଥାରେ କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri