ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ ହରାଇ ଛିଟିକି ପଡ଼ିବାରୁ ଦୁଇ ଜଣ ସ୍କୁଲ ଛାତ୍ର ଗୁରୁତର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଶନିବାର ସକାଳ ପ୍ରାୟ ୭ଟା ୩୦ ମିନିଟ୍ ସମୟରେ କାଠକୁର ସ୍କୁଲପଡ଼ାର ଦୁଇ ଜଣ ଛାତ୍ର—ହୃଷୀକେଶ ନାଏକ (୧୬), ପିତା-ଦୟାନିଧି ନାଏକ ଏବଂ ଆନନ୍ଦ ନାଏକ (୧୪), ପିତା-ଶତ୍ରୁଘ୍ନ ନାଏକ, ମର୍ଣ୍ଣିଂ କ୍ଲାସ୍ ପାଇଁ ନିଜ ସାଇକେଲରେ ଥୁଆମୂଳ ଉଚ୍ଚ ବିଦ୍ୟାଳୟକୁ ଯାଉଥିଲେ।

ଏହି ସମୟରେ ଭାଟିପଡ଼ା ଟୁରିଷ୍ଟ ବଙ୍ଗଳା ଗଡ଼ାଣି ରାସ୍ତାରେ କିଛି ଗାଈ ଥିବାରୁ ସେମାନଙ୍କୁ କାଟି ଯିବାକୁ ଚେଷ୍ଟା କରୁଥିବା ବେଳେ ସାଇକେଲର ଭାରସାମ୍ୟ ହରାଇ ଭାଟିପଡ଼ା ଧରଣୀପଦା ନିକଟରେ ଉଭୟ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ଫଳରେ ଦୁଇ ଛାତ୍ର ଗୁରୁତର ଆହତ ହୋଇଥିଲେ।

ସେମାନଙ୍କ ସହ ଆସୁଥିବା ଅନ୍ୟ ଛାତ୍ରମାନେ ତୁରନ୍ତ ସେମାନଙ୍କୁ ଉଦ୍ଧାର କରି ଥୁଆମୂଳ ରାମପୁର ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଆନନ୍ଦଙ୍କ ଛାତି ଓ ମୁଣ୍ଡରେ ଗୁରୁତର ଆଘାତ ଲାଗିଥିବା ଜଣାପଡ଼ିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ କଳାହାଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅପରପକ୍ଷରେ ହୃଷୀକେଶଙ୍କ ମୁଣ୍ଡ, ହାତ ଓ ଗୋଡ଼ରେ ଖଣ୍ଡିଆଖାବରା ହୋଇଥିବା ବେଳେ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରରେ ତାଙ୍କର ଚିକିତ୍ସା ଚାଲିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri