ଗଞ୍ଜାମର ୨ ଛାତ୍ରୀ ପାଇଲେ ସ୍ବର୍ଣ୍ଣପଦକ

ଗଞ୍ଜାମ/ଆସିକା,୨୫ା୪(ଡି.ଏନ.ଏ.): ଗଞ୍ଜାମ ଜିଲାର ୨ଜଣ ଛାତ୍ରୀ ଅର୍ଥନୀତି ସ୍ନାତକୋତ୍ତର ଓ କଳା ସ୍ନାତକ ପରୀକ୍ଷାରେ ସ୍ବର୍ଣ୍ଣପଦକ ହାସଲ କରିଛନ୍ତି। ସେମାନେ ହେଲେ ଅର୍ଥନୀତିରେ ଶୁଭଦର୍ଶିନୀ ସ୍ବାଇଁ ଓ କଳାରେ ଅପ୍‌ସାନା ଖାତୁନ।
ଗଞ୍ଜାମ ବଡ଼ବଜାରର ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ଝିଅ ଶୁଭଦର୍ଶିନୀ ଭଞ୍ଜବିହାର ବିଶ୍ୱବିଦ୍ୟାଳୟ ଅର୍ଥନୀତି ବିଭାଗର ସ୍ନାତକୋତ୍ତରରେ ସ୍ବର୍ଣ୍ଣପଦକ ହାସଲ କରିଛନ୍ତି। ଗତ ୨୩ ତାରିଖରେ ବିଶ୍ୱବିଦ୍ୟାଳୟ କୁଳପତି ଗୋବିନ୍ଦ ଜେ. ଚକ୍ରପାଣି ଶୁଭଦର୍ଶିନୀଙ୍କୁ ସ୍ବର୍ଣ୍ଣପଦକ ପ୍ରଦାନ କରିଥିଲେ। ଭବିଷ୍ୟତରେ ସେ ଜଣେ ଭଲ ଅର୍ଥନୀତି ପ୍ରଫେସର ହେବାକୁ ଲକ୍ଷ୍ୟ ରଖିଥିବା ଯୋଗାଯୋଗ ବେଳେ କହିଛନ୍ତି।

ସେହିପରି ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ହିନ୍ଦୀ ସ୍ନାତକୋତ୍ତର ବିଭାଗରେ ଅଧ୍ୟୟନରତ ଆସିକା ମହାବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ଅପ୍‌ସାନାଙ୍କୁ ୨୦୧୯ ବର୍ଷ ପାଇଁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କଳାରେ ଶ୍ରେଷ୍ଠ ସ୍ନାତକ ଛାତ୍ରୀ ଭାବେ ସ୍ବର୍ଣ୍ଣପଦକ ପ୍ରଦାନ କରାଯାଇଛି। ଶୁକ୍ରବାର ଦିନ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକ ସମାବର୍ତ୍ତନ ଉତ୍ସବରେ କୁଳପତି ଅପ୍‌ସାନାଙ୍କୁ ଏହି ପଦକ ପ୍ରଦାନ କରିଛନ୍ତି। ଅପସାନା ଗଞ୍ଜାମ ଜିଲା ପୋଲସରା ନିବାସୀ ସାଜିଦ ଖାଁ ଓ ସମିତା ଖାତୁନଙ୍କ କନ୍ୟା।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?