ଓସିଓରେ କିଟ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨ ଛାତ୍ର

ଭୁବନେଶ୍ୱର,୨୦।୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ କିଟ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦୁଇ ଛାତ୍ର ଓଡିଶା ରାସାୟନିକ ଅଲମ୍ପିୟାଡ-୨୦୨୨ର ବିଜେତା (ପ୍ରଥମ ଓ ୩ୟ ସ୍ଥାନ) ହୋଇ ଅନୁଷ୍ଠାନର ସଫଳତାରେ ଆଉ ଗୋଟିଏ ଫର୍ଦ ଯୋଡିବାରେ ସଫଳ ହୋଇଛନ୍ତି। ଉଲେ୍‌ଲଖଯୋଗ୍ୟ ଯେ ନିକଟରେ ଓଡ଼ିଶା କେମିକାଲ୍‌ ସୋସାଇଟି ଦ୍ୱାରା ଓଡିଶା ରାସାୟନିକ ଅଲମ୍ପିୟାଡ (ଓସିଓ)-୨୦୨୨ ଅନୁଷ୍ଠିତ ହୋଇଯାଇଛି। ଏପରିକି ଉକ୍ତ ପ୍ରତିଯୋଗିତା ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜନ କରାଯାଇଥିଲା। ଉକ୍ତ ପ୍ରତିଯୋଗିତାରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ୩ହଜାର ଅଧିକ ଛାତ୍ରୀଛାତ୍ର ଯୋଗଦେଇଥିବା ବେଳେ ୩ ଜଣ କୃତୀ ବିଦ୍ୟାର୍ଥୀଙ୍କୁ ବିଜେତା ଭାବେ ପ୍ରଥମ, ୨ୟ ଓ ୩ୟ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିଭଳି ଓଡ଼ିଶା କେମିକାଲ୍‌ ସୋସାଇଟି ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସିଏସଆଇଆର-ଆଇଏମଏମଟିସିର ନିର୍ଦ୍ଦେଶକ ପ୍ରଫେସର ସୁଦ୍ଧାସତ୍ୱ ବସୁ ବିଜେତାମାନଙ୍କୁ ପୁରସ୍କୃତ କରିଥିଲେ। ବିଶେଷ କରି ଉକ୍ତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା କିଟର ନୱାଜ ଉଦ୍ଦିନ୍‌ଙ୍କୁ ୩୦୦୦ ଟଙ୍କାର ଅର୍ଥରାଶି ପୁରସ୍କାର ଦେଇଥିବା ବେଳେ ତୃତୀୟ ସ୍ଥାନ ଅଧିକାର କରିଥିବା କିଟ ଛାତ୍ରୀ ସୁଶ୍ରୀ ଶ୍ରଦ୍ଧା ଜେନାଙ୍କୁ ୧୦୦୦ ଟଙ୍କା ଅର୍ଥ ରାଶି ପୁରସ୍କାର ପ୍ରଦାନ କରିଥିଲେ। ଅପରପକ୍ଷରେ କିଟ୍‌ର ପ୍ରତିଷ୍ଠାତା ସଭ୍ୟ ଡ଼ଃ.ଚିତ୍ତରଂଜନ ମିଶ୍ର ରାସାୟନ ବିଜ୍ଞାନ ବିଭାଗର ସମସ୍ତ ଶିକ୍ଷକଶିକ୍ଷୟତ୍ରୀମାନଙ୍କୁ ଧନ୍ୟବାଦ ଦେଇଥିଲେ। ସେହିଭଳି ଅନୁଷ୍ଠାନର ଅଧ୍ୟକ୍ଷ ପ୍ରଫେସର ଉଦୟ ଶଙ୍କର ଆଚାର୍ଯ୍ୟ ଓ ରସାୟନ ବିଭାଗର ମୁଖ୍ୟ ତଥା ଅନୁଷ୍ଠାନର ଉପାଧ୍ୟକ୍ଷ ଡ଼ଃ. ରୁଦ୍ରମୋହନ ନନ୍ଦଙ୍କର ନିରାନ୍ତର ପ୍ରୟାସ ଯୋଗୁ ପିଲାମାନଙ୍କର ପ୍ରତିଭା ବିକାଶ ସାଙ୍ଗକୁ ସଫଳତା ହାସଲରେ ଅନେକ ସହାୟକ ହୋଇଛି ବୋଲି ମିଶ୍ର ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri