ଓସିଓରେ କିଟ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨ ଛାତ୍ର

ଭୁବନେଶ୍ୱର,୨୦।୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ କିଟ୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦୁଇ ଛାତ୍ର ଓଡିଶା ରାସାୟନିକ ଅଲମ୍ପିୟାଡ-୨୦୨୨ର ବିଜେତା (ପ୍ରଥମ ଓ ୩ୟ ସ୍ଥାନ) ହୋଇ ଅନୁଷ୍ଠାନର ସଫଳତାରେ ଆଉ ଗୋଟିଏ ଫର୍ଦ ଯୋଡିବାରେ ସଫଳ ହୋଇଛନ୍ତି। ଉଲେ୍‌ଲଖଯୋଗ୍ୟ ଯେ ନିକଟରେ ଓଡ଼ିଶା କେମିକାଲ୍‌ ସୋସାଇଟି ଦ୍ୱାରା ଓଡିଶା ରାସାୟନିକ ଅଲମ୍ପିୟାଡ (ଓସିଓ)-୨୦୨୨ ଅନୁଷ୍ଠିତ ହୋଇଯାଇଛି। ଏପରିକି ଉକ୍ତ ପ୍ରତିଯୋଗିତା ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜନ କରାଯାଇଥିଲା। ଉକ୍ତ ପ୍ରତିଯୋଗିତାରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ୩ହଜାର ଅଧିକ ଛାତ୍ରୀଛାତ୍ର ଯୋଗଦେଇଥିବା ବେଳେ ୩ ଜଣ କୃତୀ ବିଦ୍ୟାର୍ଥୀଙ୍କୁ ବିଜେତା ଭାବେ ପ୍ରଥମ, ୨ୟ ଓ ୩ୟ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିଭଳି ଓଡ଼ିଶା କେମିକାଲ୍‌ ସୋସାଇଟି ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସିଏସଆଇଆର-ଆଇଏମଏମଟିସିର ନିର୍ଦ୍ଦେଶକ ପ୍ରଫେସର ସୁଦ୍ଧାସତ୍ୱ ବସୁ ବିଜେତାମାନଙ୍କୁ ପୁରସ୍କୃତ କରିଥିଲେ। ବିଶେଷ କରି ଉକ୍ତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା କିଟର ନୱାଜ ଉଦ୍ଦିନ୍‌ଙ୍କୁ ୩୦୦୦ ଟଙ୍କାର ଅର୍ଥରାଶି ପୁରସ୍କାର ଦେଇଥିବା ବେଳେ ତୃତୀୟ ସ୍ଥାନ ଅଧିକାର କରିଥିବା କିଟ ଛାତ୍ରୀ ସୁଶ୍ରୀ ଶ୍ରଦ୍ଧା ଜେନାଙ୍କୁ ୧୦୦୦ ଟଙ୍କା ଅର୍ଥ ରାଶି ପୁରସ୍କାର ପ୍ରଦାନ କରିଥିଲେ। ଅପରପକ୍ଷରେ କିଟ୍‌ର ପ୍ରତିଷ୍ଠାତା ସଭ୍ୟ ଡ଼ଃ.ଚିତ୍ତରଂଜନ ମିଶ୍ର ରାସାୟନ ବିଜ୍ଞାନ ବିଭାଗର ସମସ୍ତ ଶିକ୍ଷକଶିକ୍ଷୟତ୍ରୀମାନଙ୍କୁ ଧନ୍ୟବାଦ ଦେଇଥିଲେ। ସେହିଭଳି ଅନୁଷ୍ଠାନର ଅଧ୍ୟକ୍ଷ ପ୍ରଫେସର ଉଦୟ ଶଙ୍କର ଆଚାର୍ଯ୍ୟ ଓ ରସାୟନ ବିଭାଗର ମୁଖ୍ୟ ତଥା ଅନୁଷ୍ଠାନର ଉପାଧ୍ୟକ୍ଷ ଡ଼ଃ. ରୁଦ୍ରମୋହନ ନନ୍ଦଙ୍କର ନିରାନ୍ତର ପ୍ରୟାସ ଯୋଗୁ ପିଲାମାନଙ୍କର ପ୍ରତିଭା ବିକାଶ ସାଙ୍ଗକୁ ସଫଳତା ହାସଲରେ ଅନେକ ସହାୟକ ହୋଇଛି ବୋଲି ମିଶ୍ର ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?