ଚାଇନାରେ ଓମିକ୍ରନର ଦୁଇ ସବ୍‌-ଭାରିଆଣ୍ଟ ନେଇ ହାହାକାର…

ବେଜିଂ,୧୧।୧୦ : ଚାଇନାରେ କମ୍ୟୁନିଷ୍ଟ ପାର୍ଟିର ଜାତୀୟ କଂଗ୍ରେସ ବୈଠକ ପୂର୍ବରୁ ପୁଣି ଥରେ କରୋନାଙ୍କର ଏକ ନୂଆ ଭାରିଆଣ୍ଟ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ଓମିକ୍ରନର ଦୁଇଟି ନୂତନ ସବ୍‌-ଭାରିଆଣ୍ଟ ଚିହ୍ନଟ ହୋଇଛି। ସେଗୁଡିକୁ ବିଏଫ୍‌.୭ ଏବଂ ବିଏ.୫.୧.୭ ନାମକରଣ କରାଯାଇଛି। ବିଶେଷଜ୍ଞମାନେ କହିଛନ୍ତି ଯେ ଉଭୟ ସବ୍‌-ଭାରିଆଣ୍ଟ ଅତ୍ୟଧିକ ସଂକ୍ରାମକ ଏବଂ ବିଏଫ୍‌.୭ ସବ୍‌-ଭାରିଆଣ୍ଟ ସୋମବାର ଚାଇନାର ଅନେକ ପ୍ରଦେଶରେ ବ୍ୟାପି ଥିବା ନେଇ ସୋମବାର ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସ୍ଥାନୀୟ ରୋଗ ନିରାକରଣ ଏବଂ ନିୟନ୍ତ୍ରଣ କେନ୍ଦ୍ରର ଡେପୁଟି ଡାଇରେକ୍ଟର ଲି ଶୁଜିଆନ କହିଛନ୍ତି ଯେ ଉତ୍ତର-ପଶ୍ଚିମ ଚାଇନାରେ ବିଏଫ.୭ ସବ୍‌-ଭାରିଆଣ୍ଟ ପ୍ରଥମେ ଚିହ୍ନଟ ହୋଇଛି। ଏହା ସହିତ କେତେକବିଏ.୫.୧.୭ ସବ୍‌-ଭାରିଆଣ୍ଟ ମଧ୍ୟ ମିଳିଛି । ଉତ୍ତର ଚାଇନାର ଶେଣ୍ଡୋଙ୍ଗ ପ୍ରଦେଶର ଅଧିକାରୀମାନେ କହିଛନ୍ତି ଯେ ଅକ୍ଟୋବର ୪ ରେ ବିଏଫ୍‌.୭ ସବ୍‌-ଭାରିଆଣ୍ଟ ଚିହ୍ନଟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri