Posted inଜାତୀୟ

ଦିଲ୍ଲୀ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ: ଧରାପଡିଲେ ଦୁଇ ଆତଙ୍କବାଦୀ

ନୂଆଦିଲ୍ଲୀ,୧୭ ।୧୧: ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀମାନେ କରୁଥିବା ଆକ୍ରମଣ ଯୋଜନାକୁ ପଣ୍ଡ କରିଛି ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ । ଜମ୍ମୁ-କଶ୍ମୀରରେ ରହୁଥିବା ଓ ଜୈଡ-ଇ-ଆତଙ୍କବାଦୀ ସଙ୍ଗଠନ ସହ ଜଡିତ ଥିବା ୨ ଆତଙ୍କବାଦୀଙ୍କୁ ଦିଲ୍ଲୀ ସ୍ପେଶାଲ ସେଲ୍ ପୋଲିସ ଗିରଫ କରିଛି । ସେମାନଙ୍କ ନିକଟରୁ ୧୦ଟି ଜୀବନ୍ତ କ୍ୟାଟ୍ରିଜ ସହ ୨ଟି ଅଟୋମେଟିକ ପିସ୍ତଲ ଜବତ କରାଯାଇଛି । କୁହାଯାଉଛି କି ଏମାନେ ଦିଲ୍ଲୀରେ ଏକ ବଡ ଧରଣର ଆକ୍ରମଣ ଯୋଜନାରେ ଥଲେ । ପୋଲିସର ସୂଚନା ଅନୁଯାୟୀ, ଏମାନେ ରାଜଧାନୀ ଦିଲ୍ଲୀରେ ବିସ୍ଫାରଣ ଯୋଜନା କରୁଥିଲେ । ଏମାନଙ୍କ ସମ୍ପର୍କରେ ସୂଚନା ମିଳିବା ପରେ ପୋଲିସ ପକ୍ଷରୁ ଜାଲ ବିଛା ଯାଇଥିଲା । ସୋମବାର ରାତି ପ୍ରାୟ ୧୦ଟା ୧୫ରେ ମିଲେନିୟମ ପାର୍କ ନିକଟରୁ ଏହି ୨ ଆତଙ୍କବାଦୀଙ୍କୁ ଗିରଫ କରାଯାଇଥିଲା । ଏମାନେ ଜମ୍ମୁ-କଶ୍ମୀର ବାରମୁଳା ଜିଲା ସୋପେର ଅଞ୍ଚଳର ବୋଲି ପୋଲିସ କହିଛି । ଏମାନଙ୍କ ଟାର୍ଗେଟରେ ବହୁ ଭିଆଇପି ଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?