୮ ଶ୍ରେଣୀକୁ ଦୁଇ ଶିକ୍ଷକ

ଲାଠୋର,୩।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ରହିଛି ା ଆଠଟି ଶ୍ରେଣୀ ପାଇଁ ଦୁଇଜଣ ଶିକ୍ଷକ ଅଛନ୍ତି ା ଏହାସତ୍ତ୍ୱେ ସେଠାରେ କାର୍ଯ୍ୟରତ ଶିକ୍ଷକଙ୍କୁ ଶିକ୍ଷା ବିଭାଗ ସାଧନ କେନ୍ଦ୍ର ସଂଯୋଜକ ରୂପେ ନିଯୁକ୍ତି ଦେବାକୁ ପ୍ରୟାସ ହେଉଥିବା ଅଭିଭାବକ ମହଲରେ ଅଭିଯୋଗ ହେଉଛି। ପ୍ରକାଶ ଯେ, କରୁଆଝରରେ ଗତ ୧୯୫୯ ମସିହାରେ ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ କରି ସେଠାରେ ଶିକ୍ଷାଦାନ କାର୍ଯ୍ୟ ଆରମ୍ବ କରାଯାଇଥିଲା। ଧିରେ ଧିରେ ସେହି ବିଦ୍ୟାଳୟ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ମାନ୍ୟତା ପ୍ରଦାନ କରାଗଲା। ବର୍ତ୍ତମାନ ପ୍ରଥମରୁ ଦଶମ ଶ୍ରେଣୀ ଯାଏ ଏଠାରେ ପାଠପଢା ହେଉଛି। ସେଥିମଧ୍ୟରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ୧୨୯ ଜଣ ଛାତ୍ରୀଛାତ୍ର ଏବଂ ୬ଷ୍ଠରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୧୧୮ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ କେବଳ ଦୁଇଜଣ ଶିକ୍ଷକ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଶିକ୍ଷାଦାନ ପାଇଁ ନିଯୁକ୍ତି ପାଇଛନ୍ତି। ସେହି ଦୁଇଜଣ ଶିକ୍ଷକଙ୍କ ମଧ୍ୟରୁ ଜଣକୁ ଶିକ୍ଷା ବିଭାଗ ସାଧନ କେନ୍ଦ୍ର ସଂଯୋଜକ ଭାବେ ନିଯୁକ୍ତି ଦେବାକୁ ପ୍ରୟାସ ଆରମ୍ଭ କରିଛି। ଯଦି ତାଙ୍କୁ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଏ ତାହେଲେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ କେବଳ ଜଣେ ମାତ୍ର ଶିକ୍ଷକ ରହିବେ। ଶିକ୍ଷା ଅଧିକାର ଆଇନ ୨୦୧୦ ଅନୁସାରେ ୩୦ ପିଲାଙ୍କୁ ଜଣେ ଶିକ୍ଷକ ହିସାବରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ୫ ଜଣ ଶିକ୍ଷକ ଏବଂ ୬ଷ୍ଠରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୪ ଜଣ ଶିକ୍ଷକ ନିଯୁକ୍ତି ଦେବା କଥା। ହେଲେ ଶିକ୍ଷା ବିଭାଗ ଏଠାରେ ଶିକ୍ଷା ଅଧିକାର ଆଇନର ଖୁଲମଖୁଲା ଉଲ୍ଲଙ୍ଘନ କରି ଶିକ୍ଷକ ନିଯୁକ୍ତି ନ ଦେଇ ଦୁଇଜଣ ଶିକ୍ଷକରେ କାମ ଚଳାଉଛନ୍ତି। ପୁଣି ସେହି ଦୁଇଜଣ ଶିକ୍ଷକଙ୍କ ମଧ୍ୟରୁ ଜଣକୁ ସାଧନ କେନ୍ଦ୍ର ସଂଯୋଜକ ଭାବେ ନିଯୁକ୍ତି ଦିଆଗଲେ ଛାତ୍ରୀଛାତ୍ରମାନେ ଉପଯୁକ୍ତ ଶିକ୍ଷାଦାନ ପାଇବାରୁ ବଞ୍ଚତ୍ତ ହେବେ ବୋଲି ଅଭିଭାବକମାନେ କହିଛନ୍ତି। ଏନେଇ ଖପ୍ରାଖୋଲ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୀନକେତନ ବରିହାଙ୍କୁ ପଚାରିବାରେ କରୁଆଝର ବିଦ୍ୟାଳୟର ଶିକ୍ଷକଙ୍କୁ ସାଧନ କେନ୍ଦ୍ର ସଂଯୋଜକ ଭାବେ ନିଯୁକ୍ତି ଦେବାର ଯୋଜନା ନାହଁି। ଉକ୍ତ ବିଦ୍ୟାଳୟରେ ଅଧିକ ଶିକ୍ଷକ କେମିତି ନିଯୁକ୍ତି ଦିଆଯିବ ସେଥିଲାଗି ପଦକ୍ଷେପ ଗ୍ରହଣ କରୁଛୁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମୃତଦେହ ରଖିବାକୁ ସ୍ଥାନାଭାବ

କାଠମାଣ୍ଡୁ,୨୯ା୮: ନେପାଳ ବନ୍ୟାରେ ୫୪୭ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ସହ ଅନେକ ନିଖୋଜ ଥିବାବେଳେ ଭୋଟେକୋଶୀ ଏବଂ ତ୍ରିଶୂଳୀ ନଦୀ ପ୍ରଣାଳୀରୁ ବାହାର କରାଯାଇଥିବା ମୃତଦେହଗୁଡ଼ିକୁ ରଖିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’…

ଜୁଏଲଙ୍କ ସାଂଘାତିକ ବୟାନ : ଯିଏ ଅପଦସ୍ଥ କରିବ ତାକୁ ଜାଳିି…

ଭୁବନେଶ୍ୱର, ୨୯।୮(ସୁନିତ୍‌ ମିଶ୍ର): ସମସ୍ତଙ୍କୁ ରକ୍ଷାବନ୍ଧନ ଉପଲକ୍ଷେ ଅଭିନନ୍ଦନ। ରାଉରକେଲାରେ କିଛିଦିନ ହେବ କେତେଜଣ ଲୋକ ପଇସାପତ୍ର ଖର୍ଚ୍ଚକରି ମତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି…

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri