Categories: ଜାତୀୟ

ଟଳିପଡିଲେ ୨ ଆତଙ୍କବାଦୀ

ଶ୍ରୀନଗର,୧୬।୭: ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ହୋଇଥିବା ଉଭୟ ଆତଙ୍କବାଦୀ ଲଶ୍କର-ଏ-ତୋଇବାର ଥିଲେ। ଏବେ ବି ସେଠାରେ ସର୍ଚ୍ଚ ଅପରେସନ ଚାଲିଛି। ଶ୍ରୀନଗରର ଦାନମାର ଅଞ୍ଚଳର ଆଲାମଦାର କଲୋନୀରେ ଆତଙ୍କବାଦୀଙ୍କ ଲୁଚିବା ସମ୍ପର୍କରେ ସୁରକ୍ଷା ଏଜେନ୍ସିଗୁଡିକ ସୂଚନା ପାଇଥିଲେ। ଏହା ପରେ ସୁରକ୍ଷା ବାହିନୀ ଏହି ଅଞ୍ଚଳକୁ ଘେରି ରହିଥିଲେ। ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ କରିବାକୁ କହିଥିଲେ। କିନ୍ତୁ ଆତଙ୍କବାଦୀମାନେ ଆତ୍ମସମର୍ପଣ କରି ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବା ଆରମ୍ଭ କରି ଦେଇଛନ୍ତି। ସୁରକ୍ଷା ବାହିନୀ ମଧ୍ୟ ଏହାର ପ୍ରତିଶୋଧ ନେଇଛନ୍ତି। ଆଇଜିପି କଶ୍ମୀର ବିଜୟ କୁମାର କହିଛନ୍ତି ଯେ, ଉଭୟ ଆତଙ୍କବାଦୀ ସ୍ଥାନୀୟ ଥିଲେ। ଏବେ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଚାଲିଛି। ଚଳିତ ମାସରେ ଶ୍ରୀନଗରରେ ଏହା ହେଉଛି ଦ୍ୱିତୀୟ ଏନକାଉଣ୍ଟର।

Share