Categories: ଜାତୀୟ

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୭।୯:ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ଆଉ ଏକ ବଡ଼ ସଫଳତା ମିଳିଛି। ଅନନ୍ତନାଗର ବିଜବେହାରା ଅଞ୍ଚଳର ତାଜିୱାରା ଠାରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀଙ୍କୁ ନିହତ ହୋଇଛନ୍ତି। ଏହାପୂର୍ବରୁ ମଙ୍ଗଳବାର ଅର୍ଥାତ୍‌ ୬ ସେପ୍ଟେମ୍ବରରେ ମଧ୍ୟ ଦୁଇଜଣ ଆତଙ୍କବାଦୀ ନିହତ ହୋଇଥିଲେ।
ଅନନ୍ତନାଗରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଚାଲିଛି। ଅନନ୍ତନାଗ ଜିଲାର ପୋଶକ୍ରିର ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ଏକ କର୍ଡନ ଏବଂ ସର୍ଚ୍ଚ ଅପରେସନ ଚାଲିଛି। ଏହା ପରେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇଥିଲେ। ସୁରକ୍ଷାକର୍ମୀ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ।

Share