Posted inଜାତୀୟ

ରଣବୀରଗଡ଼ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ: ସର୍ଚ୍ଚ ଅପରେଶନ୍‌ ଜାରି

ଶ୍ରୀନଗର,୨୫।୭: ଜମ୍ମୁ-କଶ୍ମୀରର ରାଜଧାନୀ ଶ୍ରୀନଗର ଉପକଣ୍ଠରେ ସେନା ପକ୍ଷରୁ ଆତଙ୍କବାଦୀଙ୍କ ବିରୋଧରେ ଏକ ବଡ଼ ସର୍ଚ୍ଚ ଅପରେଶନ୍‌ ଅଭିଯାନ ଆରମ୍ଭ କରାଯାଇଛି। ଶ୍ରୀନଗର ଉପକଣ୍ଠରେ ଥିବା ରଣବୀରଗଡ଼ରେ କେତେକ ଆତଙ୍କବାଦୀ ଲୁଚି ରହିଥିବା ନେଇ ଶନିବାର ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା। ଏହାପରେ ଶନିବାର ସକାଳେ ୨୯ ରାଷ୍ଟ୍ରୀୟ ରାଇଫଲ ସେନା, ଜମ୍ମୁ-କଶ୍ମୀର ପୋଲିସ, ଏସ୍‌ଓଜି ଓ ସିଆରଏଫ୍‌ ଯବାନ ମିଳିତ ଭାବେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରିଥିଲେ। ସେହି ସମୟରେ ସୁରକ୍ଷାକର୍ମୀଙ୍କୁ ଦେଖି ଆତଙ୍କବାଦୀମାନେ ଭୟଭୀତ ହୋଇପଡ଼ି ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାର ପ୍ରତି ଜବାବରେ ସୁରକ୍ଷାକର୍ମୀ ମଧ୍ୟ ପାଲଟା ଆକ୍ରମଣ କରିଥିଲେ। ଏହି ଗୁଳି ବିନିମୟରେ ୨ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ସିଆରପିଏଫ୍‌ ଯବାନ ଆହତ ହୋଇଛନ୍ତି। ଅନ୍ୟପଟେ ଆହୁରି ଆତଙ୍କବାଦୀ ଲୁଚିରହିଥିବା ସନ୍ଦେହରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଏଥିସହ ସୁରକ୍ଷା ଦୃଷ୍ଟିରୁ ଇଣ୍ଟରନେଟ ସେବାକୁ ମଧ୍ୟ ବନ୍ଦ କରିଦିଆଯାଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?