Posted inଜାତୀୟ

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୧୬।୧୨: ଜମ୍ମୁ-କଶ୍ମୀରର କୁଲଗାମରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏନେଇ କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ଗୁରୁବାର ସୂଚନା ପ୍ରଦାନ କରାଯାଇଛି। କୁଲଗାମ ଜିଲାର ରେଡୱାନି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲେ ମଧ୍ୟ ସେମାନେ ପ୍ରଥମେ ଗୁଳି ଚାଳନା ଆରମ୍ଭ କରିଥିଲେ। ଏହାର ଜବାବରେ ସୁରକ୍ଷାର୍କମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଏଠାରେ ସର୍ଚ୍ଚ ଅପରେଶନ ଜାରି ରହିଛି।

ଜମ୍ମୁ-କଶ୍ମୀର ପୋଲିସର ମୁଖପାତ୍ରଙ୍କ ଅନୁଯାୟୀ, ପୁଲୱାମାର ଉଜରମପାଇରି ଗ୍ରାମରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଏକ ଗୁପ୍ତ ସୂଚନା ମିଳିବା ପରେ ଡିସେମ୍ବର ୧୪ ଏବଂ ଡିସେମ୍ବର ୧୫ର ମଧ୍ୟବର୍ତ୍ତୀ ରାତିରେ ମିଳିତ ସୁରକ୍ଷାକର୍ମୀ ଏହି ଅଞ୍ଚଳକୁ ଘେରି ରହିଥିଲେ।

ନିହତ ଆତଙ୍କବାଦୀଙ୍କ ନିକଟରୁ ଗୋଟିଏ ଏକେ ରାଇଫଲ ଏବଂ ତିନୋଟି ମାଗାଜିନ୍‌ ସମେତ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଗୋଳା ଜବତ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri