Posted inଜାତୀୟ

ଶ୍ରୀନଗର ଏନକାଉଣ୍ଟର: ଲସ୍କରର ୨ ଆତଙ୍କବାଦୀ ନିହତ, ଚଳିତ ବର୍ଷ ୧୦୦ ଆତଙ୍କବାଦୀ ସଫା

ଜମ୍ମୁ,୧୪ ।୬: ଶ୍ରୀନଗର ସହରରେ ଲଗାତାର ଦ୍ୱିତିୟ ଦିନ ଅର୍ଥାତ୍ ସୋମବାର ସୁରକ୍ଷାର୍କମୀଙ୍କ ସହ ହୋଇଥିବା ମୁହାଁମୁହିଁରେ ଲସ୍କର-ଏ-ତୋଏବାର ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଏମାନଙ୍କ ମଧ୍ୟରୁ ଜଣେ ପାକିସ୍ତାନ ଆତଙ୍କବାଦୀ ବୋଲି ଜଣାପଡିଛି । ଏହି ଏନକାଉଣ୍ଟରରେ ଜଣେ ପୋଲିସ ମଧ୍ୟ ଆହତ ହୋଇଛନ୍ତି । ମୃତ ଆତଙ୍କବାଦୀଙ୍କ ନିକଟରୁ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଏହା ପୂର୍ବରୁ ରବିବାର ଶ୍ରୀନଗରରେ ହୋଇଥିବା ସଂଘର୍ଷରେ ଲସ୍କରର ଆତଙ୍କବାଦୀ ଆଦିଲ ପରେବି ନିହତ ହୋଇଥିଲେ । ଶ୍ରୀନଗରରେ ୨ ଦିନରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ସୁରକ୍ଷାକର୍ମୀଙ୍କ ପାଇଁ ବଡ ସଫଳତା ବୋଲି କୁହାଯାଉଛି ।
ପୋଲିସର ସୂଚନା ଅନୁଯାୟୀ, ବେମିନା ଅଞ୍ଚଳରେ ଆତଙ୍କବାଦୀ ଥିବା ସୂଚନା ମିଳିବା ପରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦି କରି ସର୍ଚ୍ଚ ଅପରେଶନ କରାଯାଇଥିଲା । ଏହି ସମୟରେ ପ୍ରଥମେ ଆତଙ୍କବାଦୀମାନେ ଫାୟରିଂ ଆରମ୍ଭ କରି ଦେଇଥିଲେ । ଏହାର ଜବାବରେ ଯବାନଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । କଶ୍ମୀର ଆଇଜି ବିଜୟ କୁମାର କହିଛନ୍ତି ଏହି ଆତଙ୍କବାଦୀଙ୍କ ଗ୍ରୁପ ସୋପେର ସଂଘର୍ଷରେ ଖସି ଯିବାରେ ସଫଳ ହୋଇଥିଲେ । ପୋଲିସ ଲଗାତାର ଏମାନଙ୍କୁ ଟ୍ରାକ କରୁଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri