୨ ବାଘ ଛାଲ ବେପାରୀଙ୍କୁ ଗିରଫ କଲା ପୋଲିସ

ଜୁନାଗଡ଼,୧୯।୧: ଛତିଶଗଡ଼ ପୋଲିସ ୨ଜଣ ବାଘ ଛାଲ ବେପାରୀଙ୍କୁ ଧରିବାରେ ସଫଲ ହୋଇଛି। ପୋଲିସ ତାଙ୍କଠାରୁ ୨ଟି ବାଘ ଛାଲ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଝାରବନ୍ଦ ଗ୍ରାମର ରମେଶ ନାଏକ, ଗୋଳାମୁଣ୍ଡା ଥାନା ଅଧୀନ ନକଟିକାନି ଗ୍ରାମର କେଶବ ମାଝି। ପୋଲିସ ସୂଚନା ମୁତାବକ, ରମେଶ ଏବଂ କେଶବ ଏକ ବାଇକ୍‌ ଯୋଗେ ବାଘ ଛାଲ ଧରି ଛତିଶଗଡ଼ ରାଜ୍ୟ ଦେଭୋଗ ଥାନା ଧୂପକୋଟ ଗ୍ରାମକୁ ଯାଇଥିଲେ। ପରେ ସେମାନେ ଗ୍ରାମର ଏକ ପୋଖରୀ ନିକଟରେ ଗ୍ରାହକଙ୍କୁ ଅପେକ୍ଷା କରିଥିଲେ। ଏନେଇ ଗରିଆବନ୍ଦ ଏସ୍‌ପିଙ୍କୁ ସୂଚନା ମିଳିଥିଲା। ଏନେଇ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ଘଟଣା ସ୍ଥଳରେ ଚଢାଉ କରି ସେମାନଙ୍କୁ କାବୁ କରିଥିଲା। ପୋଲିସ ଅଧିକାରୀମାନେ ତାଙ୍କଠାରୁ ୨ଟି ବାଘ ଛାଲ ସହ ଏକ ବାଇକ୍‌(ଓଡି୦୮ଏନ୍‌୦୮୭୬) ଜବତ କରିଥିଲେ। ଏନେଇ ପୋଲିସ ବନ୍ୟଜନ୍ତୁ ସଂରକ୍ଷଣ ଅଧିନିୟମ ଧାରା ୯, ୨୯, ୩୯, ୫୧ରେ ଏକ ମାମଲା ରୁଜୁ କରି ଗିରଫ ଯୁବକ ଦ୍ୱୟଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଗରିଆବନ୍ଧ ଏସ୍‌ପି ଭୋଜରାମ ପଟେଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri