ଗୋଟିଏ ରାତିରେ ଟେକି ନେଇଗଲେ ଦୁଇ ଟ୍ରାନ୍ସଫର୍ମର: ଗାଁ ଅନ୍ଧାର, ଗୁଳୁଗୁଳିରେ ହନ୍ତସନ୍ତ ଗ୍ରାମବାସୀ

ବୈଶିଙ୍ଗା,୨୪।୬(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅର୍ନ୍ତଗତ ହାତୀପତୁକା ଓ ପାଟଳୀପୁରା ଗ୍ରାମରେ ଲାଗିଥିବା ଦୁଇଟି ୧୬ କେଭି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଗୋଟିଏ ରାତିରେ ଚୋରି ହୋଇଯାଇଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ମିଳିଥିବା ସୂଚନା ମୁତାବକ, ବୈଶିଙ୍ଗା ବଡ଼ସାହି ମୁଖ୍ୟ ରାସ୍ତାରେ ଦିନରାତି ଯାନବାହାନ ଚଳାଚଳ ଲାଗି ରହିଥାଏ। ଏହା ସତ୍ତ୍ୱେ ସୋମବାର ବିଳମ୍ବିତ ରାତିରେ ହାତୀପତୁକା ଗ୍ରାମର ପଞ୍ଚପଲ୍ଲୀ ଉଚ୍ଚ ବିଦ୍ୟାଳୟର ଅନତି ଦୂରରେ ଲାଗିଥିବା ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମରକୁ ଦୁର୍ବୃତ୍ତମାନେ ଚୋରି କରି ନେଇଥିବା ବେଳେ ପାଟଳୀପୁରା ଗ୍ରାମ ନିକଟରେ ଲଗିଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରକୁ କେତେକ ଦୁର୍ବୃତ୍ତ ଚେକି ନେଇଥିବା ଜଣାପଡ଼ିଛି।

ଏନେଇ ବୈଶିଙ୍ଗା ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅଭିଯୋଗ ପରେ ଥାନାରେ ଏକ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ବାରିଣୀ ଦାସ ପ୍ରକାଶ କରିଛନ୍ତି।

ଟ୍ରାନ୍ସଫର୍ମର ଚୋରି ପରେ ଦୁଇ ଗାଁରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିବ ସହ ଗାଁ ଅନ୍ଧାର ହୋଇଯାଇଛି। ଅନ୍ୟପକ୍ଷେ ଗାଁରେ କରେଣ୍ଟ ନ ଥିବାରୁ ପ୍ରବଳ ଗୁଳୁଗୁଳି ଯୋଗୁ ହନ୍ତସନ୍ତ ହେଉଛନ୍ତି ସ୍ଥାନୀୟ ଉପଭୋକ୍ତା। ଠିକ୍‌ ସମୟରେ ବିଦ୍ୟୁତ୍‌ ବିଲ ପଇଠ କରି ଅନ୍ଧାରରେ ରହିବାକୁ ପଡୁଛି ବୋଲି ଦୁଃଖର ସହ ପ୍ରକାଶ କରିଛନ୍ତି ଗ୍ରାମବାସୀ। ତେବେ ରାତି ଶୁଦ୍ଧା ଦୁଇ ଗାଁରେ ନୂଆ ଟ୍ରାନ୍ସଫର୍ମର ଲାଗାଇବା ୟ ପାଇଁ ଚେଷ୍ଟା ଚାଲିଛି ବୋଲି ଟାଟା ପାୱାର ଅଧିକାରୀ ଇଞ୍ଜିନିୟର ପ୍ରଶାନ୍ତ ନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri